Posted inଖେଳ

ଆଇପିଏଲ୍‌ର ବାକି ମ୍ୟାଚ୍‌ ୟୁକେରେ ଆୟୋଜନ ହେବା ଉଚିତ: ପିଟରସନ

ଲଣ୍ଡନ,୯।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ବାକି ମ୍ୟାଚ୍‌ ୟୁନାଇଟେଡ କିଙ୍ଗ୍‌ଡମ (ୟୁକେ)ରେ ଆୟୋଜନ ହେବା ଉଚିତ ବୋଲି ପୂର୍ବତନ ଇଂଲଣ୍ଡ କ୍ରିକେଟର କେଭିନ୍‌ ପିଟରସନ କହିଛନ୍ତି। କୋଭିଡ୍‌-୧୯ କାରଣରୁ ଆଇପିଏଲ୍‌ ସ୍ଥଗିତ ରହିଛି। ତେଣୁ ଏହି ହାଇପ୍ରୋଫାଇଲ ଲିଗ୍‌ ସେପ୍ଟେମ୍ବରରେ ଆୟୋଜନ ହେବା ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ସେ କହିଛନ୍ତି।
ସେପ୍ଟେମ୍ବର ୧୪ରେ ଭାରତ ଓ ଘରୋଇ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ତେଣୁ ସେପ୍ଟେମ୍ବରରେ ଏକ ଓ୍ବିଣ୍ଡୋ ରହିଛି ବୋଲି ପିଟରସନ କହିଛନ୍ତି। ଆଇପିଏଲ୍‌ର ବାକି ମ୍ୟାଚ୍‌ଗୁଡିକ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେଉ ବୋଲି କେତେକ ମନ୍ତବ୍ୟ ଦେଉଛନ୍ତି। ତେବେ ୟୁକେରେ ଏହା ଆୟୋଜନ ହେଉ। ଟେଷ୍ଟ ସିରିଜ ଶେଷ ହେଉଥିବାରୁ କେତେକ ଭାରତୀୟ ଖେଳାଳି ସେଠାରେ ରହିଥିବେ। ପୁଣି ସେପ୍ଟେମ୍ବରରେ ଇଂଲଣ୍ଡରେ ପାଗ କ୍ରିକେଟ ପାଇଁ ବେଶ୍‌ ଅନୁକୂଳ ରହିଥିବ। ମାଞ୍ଚେଷ୍ଟର, ଲିଡ୍ସ, ବର୍ମିଂହାମ ଓ ଲଣ୍ଡନର ଦୁଇଟି ଗ୍ରାଉଣ୍ଡ ମଧ୍ୟ ବ୍ୟବହାର କରାଯାଇପାରିବ। ଆଇପିଏଲ୍‌ ମ୍ୟାଚ୍‌ ଦେଖିବାକୁ ଲୋକେ ବହୁ ସଂଖ୍ୟାରେ ଗ୍ରାଉଣ୍ଡକୁ ଆସିବେ ମଧ୍ୟ। ଏବେ ଆଇପିଏଲ୍‌ ପାଇଁ ଇଂଲଣ୍ଡ ହିଁ ସବୁଠାରୁ ଶ୍ରେଷ୍ଠ ସ୍ଥାନ ି କୁହାଯାଇପାରେ ବୋଲି ସେ କହିଛନ୍ତି।
ଇଂଲିଶ କାଉଣ୍ଟି ଦଳ ମିଡ୍‌ଲସେକ୍ସ, ସରେ, ଓ୍ବାରଓ୍ବିକଶାୟାର ଓ ଲଙ୍କାଶାୟାର ଆଇପିଏଲ୍‌ର ବାକିଥିବା ୩୧ ମ୍ୟାଚ୍‌ ଆୟୋଜନ କରିବାକୁ ପ୍ରସ୍ତାବ ଦେବା ପରେ ପିଟରସନ ନିଜର ମନ୍ତବ୍ୟ ଦେଇଛନ୍ତି। ଉଲ୍ଲେଖଥାଉ କି କେତେଜଣ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ କୋଭିଡ୍‌-୧୯ ପଜିଟିଭ ବୋଲି ଜଣାପଡିବା ପରେ ଆଇପିଏଲ୍‌ର ୧୪ତମ ସଂସ୍କରଣକୁ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri