ପୁନରୁଦ୍ଧାର ହେବ ପେଟାନାଳ

କଟକ ଅଫିସ,୨ା୨: ତାଳଦଣ୍ଡା କେନାଲ ଭଳି ସିଡିଏ ମର୍କତନଗରସ୍ଥିତ ପେଟାନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୩୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଆସନ୍ତା ୧୮ ମାସ ମଧ୍ୟରେ ଉକ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ କରାଯିବ ବୋଲି ବୁଧବାର କଟକ ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ) ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି।

କଟକ ସହରକୁ ଅଧିକ ସୁନ୍ଦର କରିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ପହିଲାରୁ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହେବ ବୋଲି ବୈଠକରେ ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ କହିଛନ୍ତି। ନିଷ୍ପତ୍ତି ମୁତାବକ, ପ୍ରଥମ ପର୍ଯ୍ୟାୟରେ ୱାଟ୍‌କୋ ପକ୍ଷରୁ ପେଟାନାଳ ମଧ୍ୟକୁ ଛୋଟ ଡ୍ରେନ୍‌ରୁ ଛଡାଯାଉଥିବା ନର୍ଦ୍ଦମା ପାଣି ଓ ସ୍ବେରେଜ ବର୍ଜ ଜଳକୁ ବନ୍ଦ କରାଯାଇ ସିଧାସଳଖ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟକୁ ଛଡ଼ାଯିବ। ତେବେ ଏହି କାର୍ଯ୍ୟ ୱାଟ୍‌କୋ ପକ୍ଷରୁ ଆରମ୍ଭ ହୋଇଥିବା ନେଇ ବୈଠକରେ କୁହାଯାଇଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟ ସ୍ବରେଜ ବିଭାଗ ପକ୍ଷରୁ ମାର୍ଚ୍ଚ ପହିଲାରୁ ଆରମ୍ଭ କରାଯିବ। ବିଶେଷକରି ନାଳରୁ ମାଟି ବାହାର କରାଯାଇ ସମତଳ କରାଯିବ ଓ ଭିତର ପଟର ଉଭୟ କଡକୁ ସଫା କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ କଟକ ମହାନଗର ନିଗମ ପକ୍ଷରୁ ଅନୁଧ୍ୟାନ କରାଯାଇ ଆବଶ୍ୟକ ସ୍ଥଳେ ସେଠାରେ ଥିବା ଜବରଦଖଲ ଉଚ୍ଛେଦ କରାଯିବ। ଶେଷ ପର୍ଯ୍ୟାୟରେ ସୌନ୍ଦର୍ଯ୍ୟକରଣ, ମନୋରଞ୍ଜନ ପାଇଁ ଉଦ୍ୟାନ ନିର୍ମାଣ, ଘାସ, ଫୁଲଗଛ, ଲୋକ ବସିବା ପାଇଁ ବେଞ୍ଚ ସହ ଜଳଫୁଆରା ଓ ଆଧୁନିକ ଆଲୋକୀକରଣ ବ୍ୟବସ୍ଥା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ପେଟାନାଳର ପୁନରୁଦ୍ଧାର ପାଇଁ ପୂର୍ବରୁ ଅନେକ ଯୋଜନା ପ୍ରସ୍ତୁତ ହୋଇଥିଲା। ହେଲେ ଏହା କେବଳ ଯୋଜନାରେ ସୀମିତ ରହିଯାଇଥିଲା। ତେବେ ଉକ୍ତ ବୈଠକରେ ନିଆଯାଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ ହେବ ନା ଯୋଜନାରେ ସୀମିତ ରହିବ, ତାହାକୁ ଦେଖିବା ପାଇଁ ସହରବାସୀ ଅପେକ୍ଷା କରିଛନ୍ତି।

ସେହିପରି ଏଠାରେ ଆଉ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଖାନ୍‌ନଗର ଓ ସତୀଚୌରାରେ ଶବଦାହ ପାଇଁ ଗ୍ୟାସ୍‌ଚୁଲା କାର୍ଯ୍ୟକ୍ଷମ ସମ୍ପର୍କରେ ଆଲୋଚନା ହୋଇଥିଲା। ଆଗାମୀ ୧୫ ଦିନ ଭିତରେ ଖାନ୍‌ନଗରସ୍ଥିତ ଶବଦାହ ଗ୍ୟାସ୍‌ ଚୁଲା ଚାଲୁ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ୩.୫ କୋଟି ଟଙ୍କା ବ୍ୟୟରେ ଖାନ୍‌ନଗରସ୍ଥିତ ଶବଦାହ କେନ୍ଦ୍ରରେ ଏକାଥରକେ ଦୁଇଟି ଶବଦାହ ପାଇଁ ବ୍ୟବସ୍ଥା କରାଯାଇଛି। ଏହି ବୈଠକରେ କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ନିଖିଲ ପୱନ କଲ୍ୟାଣ, ଡେପୁଟି କମିଶନର ଅଜୟ ମହାନ୍ତି, ଜାଇକା ନିର୍ବାହୀ ଯନ୍ତ୍ରୀ, ୱାଟ୍‌କୋ ଅଧୀକ୍ଷଣ ଯନ୍ତ୍ରୀ, ସିଏମ୍‌ସି ସିଟି ଇଞ୍ଜିନିୟର, ନିର୍ବାହୀ ଯନ୍ତ୍ରୀ, ଡ୍ରେନେଜ୍‌ ବିଭାଗ ମୁଖ୍ୟଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ, ଗେଲ୍‌ର ନିର୍ବାହୀ ଯନ୍ତ୍ରୀଙ୍କ ସମେତ ଅନ୍ୟ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?