ନିମାପଡ଼ା କଲେଜର ପ୍ରଥମ ପିଜି ପରୀକ୍ଷାଫଳ ପ୍ରକାଶିତ

ନିମାପଡ଼ା,୨୦ା୧୧(ଡି.ଏନ୍‌.ଏ.): ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଥମଥର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ପରୀକ୍ଷାର ପାସ ହାର ଶତକଡ଼ା ଶତପ୍ରତିଶତ ହୋଇଛି। କଲେଜରେ ପ୍ରଥମଥର ପାଇଁ ସ୍ନାତକତ୍ତୋର ଶ୍ରେଣୀର ଓଡ଼ିଆ ବିଭାଗରେ ୨୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ସମସ୍ତେ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିଭଳି ବିଜ୍ଞାନର ଜୁଲୋଜି ବିଭାଗରେ ୧୫ଜଣ ମଧ୍ୟ ଶତପ୍ରତିଶତ ପାସ୍‌ ହୋଇଛନ୍ତି। ତେବେ ବାଣିଜ୍ୟ ବିଭାଗର ୨୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୨୪ଜଣ ପ୍ରଥମ ଶ୍ରେଣୀ ଓ ଅନ୍ୟ ୨ଜଣ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କଲେଜର ପ୍ରଥମ ବ୍ୟାଚ ପିଜି ଶ୍ରେଣୀରେ କଲେଜ ପାସ୍‌ହାରରେ ଆଶାତୀତ ସଫଳତା ହାସଲ କରିବା ଓ ଶତପ୍ରତିଶତ ପାସହାର ହୋଇଥିବାରୁ ଗଣଶିକ୍ଷା ମନ୍ତ୍ରୀ ତଥା ବିଧାୟକ ସମୀର ରଞ୍ଜନ ଦାଶ କୃତୀ ଛାତ୍ରୀଛାତ୍ରଙ୍କୁ କୃତଜ୍ଞତା ଓ ସାଧୁବାଦ ଜଣାଇଛନ୍ତି। ପରୀକ୍ଷାଫଳ ପ୍ରକାଶିତ ସମାରୋହରେ ଅତିଥିଭାବେ କଲେଜ ଅଧ୍ୟକ୍ଷ ପ୍ରଫେସର ରାଜକିଶୋର ରଥ, ପ୍ରଶାସନିକ ଅଧିକାରୀ ଅଧ୍ୟାପକ ଜଗତ୍‌ପ୍ରସାଦ ସାବୁତ୍‌, ଅଧ୍ୟାପକ ପ୍ରଣବ ସ୍ବାଇଁ, ପରୀକ୍ଷା ନିୟନ୍ତ୍ରକ ଅଧ୍ୟାପକ ଦେବେନ୍ଦ୍ରନାଥ ଦାସ, ଉପପରୀକ୍ଷା ନିୟନ୍ତ୍ରକ ଅଧ୍ୟାପକ ସୁବାସ ଚନ୍ଦ୍ର ତ୍ରିପାଠୀ ପ୍ରମୁଖ ଯୋଗଦେଇ ପରୀକ୍ଷା ଫଳ ପ୍ରକାଶ କରିଥିଲେ। ଶତପ୍ରତିଶତ ପାସ କରିଥିବା ସମସ୍ତ ଛାତ୍ରୀଛାତ୍ରୀଙ୍କୁ କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକାମାନେ କୃତଜ୍ଞତା ଓ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?