ଧାର୍ଯ୍ୟ ହେଲା ମାଟ୍ରିକ ପରୀକ୍ଷା ଫଳ ପଦ୍ଧତି

ଭୁବନେଶ୍ୱର,୭।୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନରେ ଜୁନ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ପରୀକ୍ଷାର କେଉଁ ଭଳି ମୂଲ୍ୟାଙ୍କନ ହେବ ତାହା ଚୂଡାନ୍ତ ହୋଇଛି। ନବମ ଏବଂ ଦଶମ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନକୁ ନେଇ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ନବମ ଶ୍ରେଣୀର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଫଳକୁ ବିଚାର କରାଯିବ। ସେହିପରି ଦଶମ ଶ୍ରେଣୀର ଦ୍ୱିତୀୟ, ତୃତୀୟ ଏବଂ ଚତୁର୍ଥ ଅଭ୍ୟାସ ପରୀକ୍ଷାର ଫଳକୁ ବିଚାରକୁ ନିଆଯିବ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି। ସେହିପରି ନବମ ଶ୍ରେଣୀର ସର୍ବୋଚ୍ଚ ମାର୍କର ୪୦ ପ୍ରତିଶତକୁ ନିଆଯିବ।
ସୂଚନାଯୋଗ୍ୟ, ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ରାଜ୍ୟରେ କରୋନା ସଂକ୍ରମଣ ଲାଗି ରହିଛି। ଫଳରେ ୨୦୨୦-୨୧ ଶିକ୍ଷା ବର୍ଷରେ ଶିକ୍ଷାଦାନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ହେଲେ ବିଭାଗ ପକ୍ଷରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ କ୍ଲାସ ଯୋଗାଇ ଦିଆଯାଉଥିଲା। ଜାନୁୟାରୀ ପ୍ରଥମ ସପ୍ତାହ ପରେ ୩ ମାସ ନବମ ଏବଂ ଦଶମ ଶ୍ରେଣୀର କ୍ଲାସ ଅଫ୍‌ଲାଇନ ହୋଇଥିଲା। ୧୦୦ ଦିନର କ୍ଲାସ ପରେ ମାଟ୍ରିକ ପରୀକ୍ଷା କରାଇବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟ ରଖାଯାଇଥିଲା। ଶେଷ ପର୍ଯ୍ୟାୟରେ କରୋନାର ଦ୍ୱିତୀୟ ଲହର ଯୋଗୁ କ୍ଲାସ ବନ୍ଦ କରିବାକୁ ପଡିଥିଲା। ଏପରି କି ରାଜ୍ୟରେ ଦୃତ ସଂକ୍ରମଣ ଯୋଗୁ ସରକାର ବାଧ୍ୟ ହୋଇ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri