ଧାର୍ଯ୍ୟ ହେଲା ମାଟ୍ରିକ ପରୀକ୍ଷା ଫଳ ପଦ୍ଧତି

ଭୁବନେଶ୍ୱର,୭।୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନରେ ଜୁନ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ପରୀକ୍ଷାର କେଉଁ ଭଳି ମୂଲ୍ୟାଙ୍କନ ହେବ ତାହା ଚୂଡାନ୍ତ ହୋଇଛି। ନବମ ଏବଂ ଦଶମ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନକୁ ନେଇ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ନବମ ଶ୍ରେଣୀର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଫଳକୁ ବିଚାର କରାଯିବ। ସେହିପରି ଦଶମ ଶ୍ରେଣୀର ଦ୍ୱିତୀୟ, ତୃତୀୟ ଏବଂ ଚତୁର୍ଥ ଅଭ୍ୟାସ ପରୀକ୍ଷାର ଫଳକୁ ବିଚାରକୁ ନିଆଯିବ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି। ସେହିପରି ନବମ ଶ୍ରେଣୀର ସର୍ବୋଚ୍ଚ ମାର୍କର ୪୦ ପ୍ରତିଶତକୁ ନିଆଯିବ।
ସୂଚନାଯୋଗ୍ୟ, ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ରାଜ୍ୟରେ କରୋନା ସଂକ୍ରମଣ ଲାଗି ରହିଛି। ଫଳରେ ୨୦୨୦-୨୧ ଶିକ୍ଷା ବର୍ଷରେ ଶିକ୍ଷାଦାନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ହେଲେ ବିଭାଗ ପକ୍ଷରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ କ୍ଲାସ ଯୋଗାଇ ଦିଆଯାଉଥିଲା। ଜାନୁୟାରୀ ପ୍ରଥମ ସପ୍ତାହ ପରେ ୩ ମାସ ନବମ ଏବଂ ଦଶମ ଶ୍ରେଣୀର କ୍ଲାସ ଅଫ୍‌ଲାଇନ ହୋଇଥିଲା। ୧୦୦ ଦିନର କ୍ଲାସ ପରେ ମାଟ୍ରିକ ପରୀକ୍ଷା କରାଇବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟ ରଖାଯାଇଥିଲା। ଶେଷ ପର୍ଯ୍ୟାୟରେ କରୋନାର ଦ୍ୱିତୀୟ ଲହର ଯୋଗୁ କ୍ଲାସ ବନ୍ଦ କରିବାକୁ ପଡିଥିଲା। ଏପରି କି ରାଜ୍ୟରେ ଦୃତ ସଂକ୍ରମଣ ଯୋଗୁ ସରକାର ବାଧ୍ୟ ହୋଇ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?