ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ। ସେହିପରି ଏହାର ସପ୍ତାହକ ପରେ ଯୁକ୍ତ୨ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରମାନେ ଅଫିସିଆଲ୍‌ ୱେବ୍‌ସାଇଟ୍‌ orissaresults.nic.in, chseodisha.nic.inକୁ ଯାଇ ରେଜଲ୍ଟ ଦେଖିପାରିବେ।
ସୂଚନାଯୋଗ୍ୟ, ଗତବର୍ଷ କରୋନା ଯୋଗୁ ଯୁକ୍ତ୨ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଥିଲା। ତେବେ ଚଳିତବର୍ଷ କରୋନା ପ୍ରକୋପ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ଯୁକ୍ତ ୨ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିଲା। ସେହିପରି ଜୁନ୍‌ ୨ ତାରିଖଠାରୁ ମୂଲ୍ୟାୟନ ଆରମ୍ଭ ହୋଇଥିଲା। ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ମୂଲ୍ୟାୟନ କରାଯାଇଥିଲା। ୨ଟି ପର୍ଯ୍ୟାୟରେ ଖାତା ଦେଖା ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଜୁନ ୨ରୁ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି। ମୂଲ୍ୟାୟନ ଲାଗି ୧୨ହଜାରରୁ ଊର୍ଦ୍ଧ୍ୱ ଅଧ୍ୟାପିକା, ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତ ବର୍ଷ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri