ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ। ସେହିପରି ଏହାର ସପ୍ତାହକ ପରେ ଯୁକ୍ତ୨ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରମାନେ ଅଫିସିଆଲ୍‌ ୱେବ୍‌ସାଇଟ୍‌ orissaresults.nic.in, chseodisha.nic.inକୁ ଯାଇ ରେଜଲ୍ଟ ଦେଖିପାରିବେ।
ସୂଚନାଯୋଗ୍ୟ, ଗତବର୍ଷ କରୋନା ଯୋଗୁ ଯୁକ୍ତ୨ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଥିଲା। ତେବେ ଚଳିତବର୍ଷ କରୋନା ପ୍ରକୋପ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ଯୁକ୍ତ ୨ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିଲା। ସେହିପରି ଜୁନ୍‌ ୨ ତାରିଖଠାରୁ ମୂଲ୍ୟାୟନ ଆରମ୍ଭ ହୋଇଥିଲା। ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ମୂଲ୍ୟାୟନ କରାଯାଇଥିଲା। ୨ଟି ପର୍ଯ୍ୟାୟରେ ଖାତା ଦେଖା ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଜୁନ ୨ରୁ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି। ମୂଲ୍ୟାୟନ ଲାଗି ୧୨ହଜାରରୁ ଊର୍ଦ୍ଧ୍ୱ ଅଧ୍ୟାପିକା, ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତ ବର୍ଷ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୪।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

ନିଦ ହଜାଇଲେଣି ସାଇବର ଅପରାଧୀ

ଭୁବନେଶ୍ୱର,୨୩।୪ (ସୂର୍ଯ୍ୟକାନ୍ତ ବେହେରା):ବାରମ୍ବାର ସଚେତନତା ସତ୍ତ୍ୱେ ଦିନକୁ ଦିନ ଠକାମିର ଶିକାର ହେଉଛନ୍ତି ଲୋକେ। ବିଭିନ୍ନ କୌଶଳ ଆପଣାଇ ଲୁଟୁଛନ୍ତି ସାଇବର ଅପରାଧୀ। କେତେବେଳେ ହ୍ବାଟ୍‌ସଆପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri