ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କର ଭୂମିକା କ’ଣ ଥିଲା। ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କ’ଣ କରୁଥିଲେ। ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ୍‌ ବୋଲି କେନ୍ଦ୍ରମନ୍ତ୍ରୀ ଆଜି କହିଛନ୍ତି।

ଅନ୍ୟପକ୍ଷରେ ରେଭେନ୍ସା ନାଁ ବଦଳିବା କହିଥିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ କଡ଼ା ଭାଷାରେ ବିରୋଧ କରିଛନ୍ତି ତିନି ପୂର୍ବତନ ପ୍ରଫେସର ଏବଂ ଛାତ୍ର। ଏହାକୁ ଅବାସ୍ତବ କହି ସମାଲୋଚନା କରିଛନ୍ତି ହେମେନ୍ଦ୍ର ନାରାୟଣ ଦାସ। ରେଭେନ୍ସା କେବଳ ନାମ ନୁହେଁ, ଇଟ ଇଜ୍‌ ଓ୍ବେ ଅଫ୍‌ ଲାଇଫ୍‌ ବୋଲି ସେ କହିଛନ୍ତି।

ଏହା ସହ ଶହେ ବର୍ଷର ଇତିହାସ ଯୋଡ଼ି ହୋଇରହିଛି। ହୀନମନ୍ୟତା କହି ସମାଲୋଚନା କରିଛନ୍ତି ସତ୍ୟକାମ ମିଶ୍ର। ସେ କହିଛନ୍ତି, ଯେଉଁମାନେ ରେଭେନ୍ସା ସାହେବକୁ ଜାଣି ନାହାନ୍ତି ଏପରି କହିବେ। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପ୍ରତି ତାଙ୍କର ଅବଦାନ ଅତୁଳନୀୟ। ଓଡ଼ିଆ ଅସ୍ମିତା ନାଁରେ ତାଙ୍କୁ ଅପମାନିତ କରାଯିବା ଅନୁଚିତ ବୋଲି ସେ କହିଛନ୍ତି।

ସେହିପରି କମଳା ପ୍ରସାଦ ମହାପାତ୍ର କହିଛନ୍ତି, ରେଭେନ୍ସା କଲେଜ ନିର୍ମାଣ କରିବାରେ ରେଭେନ୍ସାଙ୍କ ଅବଦାନ ଅତୁଳନୀୟ। ଓଡ଼ିଶା ଶିକ୍ଷାକ୍ଷେତ୍ରରେ ଟି.ଇ ରେଭେନ୍ସାଙ୍କ ଅବଦାନର ପଟାନ୍ତର ନାହିଁ। ସରକାର କୌଣସି ପରିସ୍ଥିତିରେ ଏମିତି ନ କରି ଏଥିରୁ ନିବୃତ ରୁହନ୍ତୁ ବୋଲି ସେ କ୍ଷୋଭ ପ୍ରକାଶ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?