ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ

ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ସରକାରୀ କାର୍ଯ୍ୟାଳୟ ଓ ଖରିଆର ରୋଡସ୍ଥିତ ତାଙ୍କ ବାସ ଭବନରେ ଭିଜିଲାନ୍ସ ଟିମ୍‌ ଚଢାଉ ଜାରି ରହିଛି। ସୂଚନା ମୁତାବକ, ନୂଆପଡା ରାଜସ୍ବ ବିଭାଗରେ ମୁଖ୍ୟ କିରାଣିରୁ ଅବସର ନେବା ପରେ ସେହି ବିଭାଗରେ ସ୍ବତନ୍ତ୍ର ଅଧିକାରୀ ଭାବରେ କାର୍ଯ୍ୟରତ ଥିଲେ। ସେ ଜମିଜମା ମାମଲାରେ ଜଣେ ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଦାବି କରିଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ନୂଆପଡା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ସମ୍ପୃକ୍ତ ବ୍ୟକ୍ତି ଚନ୍ଦ୍ରକାରଙ୍କୁ ଟଙ୍କା ଦେବା ପାଇଁ କହିଥିଲେ। ଚନ୍ଦ୍ରକାର ସନ୍ଧ୍ୟା ପ୍ରାୟ ୭ଟାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜିଲାପାଳ କାର୍ଯ୍ୟାଳୟ ମିଶନଶକ୍ତି କୈଫେ ପାଖକୁ ଡକାଇଥିଲେ। ପୂର୍ବ ଯୋଜନା ମୁତାବକ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କର୍ମଚାରୀମାନେ ମାଡି ବସିଥିଲେ। ଚଢାଉ ସମୟରେ ନୂଆପଡ଼ା ଭିିଜିଲାନ୍ସ ବିଭାଗ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦୀନବନ୍ଧୁ ବେହେରା, ଭବାନୀପାଟଣା ଭିଜିଲାନ୍ସ ବିଭାଗ ଇନ୍ସପେକ୍ଟର ପ୍ରମିଳା ସୁନା, ଆଲୋକ ମହାପାତ୍ର, ସନ୍ତୋଷ କୁମାର ମହାନ୍ତି, ଶିବ ପ୍ରସାଦ ପ୍ରଧାନ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri