ଧାନ ବିଲ ଭ୍ରମ ସୃଷ୍ଟି କରୁଛି ସ୍ବାସ୍ଥ୍ୟକେନ୍ଦ୍ର ଛାତ

ଖଣ୍ଡପଡା,୧୦ା୮(ସ୍ବ.ପ୍ର.): ସରକାରୀ ବାସଭବନଗୁଡ଼ିକର ମରାମତି ବାବଦରେ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏଠାରେ ରହୁଥିବା କର୍ମଚାରୀଙ୍କ ଦାୟିତ୍ୱ ହୀନତା ଯୋଗୁ ଏହି ବାସଭବନଗୁଡ଼ିକର ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଯାହାର ଉଦାହରଣ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ବାସଭବନ ଛାତକୁ ଦେଖିଲେ ସ୍ପଷ୍ଟ ବାରି ହୋଇପଡୁଛି। ଗ୍ରୀଷ୍ମ ଋତୁରେ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ଛାତ ଉପରେ ନଡା ବିଛାଇଥିଲେ। ଗ୍ରୀଷ୍ମଋତୁ ଯାଇ ଏବେ ବର୍ଷା ଋତୁ ଚାଲିଥିଲେ ମଧ୍ୟ ଛାତ ଉପରୁ ନଡା ବିଡାଗୁଡିକ ସଫା କରାଯାଇନାହିଁ। ଫଳରେ ଏବେ ସେଥିରେ ଥିବା ଧାନ ଗଜା ହୋଇ ଗଛ ଉଠିଛି। ଏହା ଦୂରରୁ ଏକ ଧାନ ବିଲର ଭ୍ରମ ସୃଷ୍ଟି କରୁଛି। ଧାନଗଛଗୁଡିକ ଯୋଗୁ ବାସଭବନ ଛାତ ନଷ୍ଟ ହୋଇଯିବା ସମ୍ଭାବନା ରହିଛି। ଏ ସମ୍ପର୍କରେ ଖଣ୍ଡପଡା ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ପ୍ରଦୀପ କୁମାର ପରିଡା କହିଛନ୍ତି, ଖରାଦିନ ପରେ ସମ୍ପୃକ୍ତ ବାସଭବନ ଛାତ ଉପରୁ ନଡାଗୁଡିକ ସଫା କରିବାକୁ ବିଭାଗୀୟ କର୍ମଚାରୀଙ୍କୁ କୁହାଯାଇଥିଲା। ଏଥିରେ ବିଳମ୍ବ ହୋଇଛି। ତେବେ ଖୁବଶୀଘ୍ର ଏଗୁଡ଼ିକୁ ହଟାଇ ଦେବାର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri