ଧାନପହ୍ଲା କିଆରି ନଷ୍ଟ କଲେ ବାର୍‌ହା ପଲ: ରବି ଫସଲ ପାଇଁ ଜମିରେ ବୁଣିଥିଲେ

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁ ନାହିଁ। ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ଖରିଫ୍‌ରେ ଅମଳ ଧାନ ବିକ୍ରି କରି ନ ପାରି ହଟହଟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ରବି ଚାଷକାର୍ଯ୍ୟ ଆରମ୍ଭରୁ ଚାଷୀଙ୍କୁ ବନ୍ୟଜନ୍ତୁ ଦାଉ ସାଧିଛନ୍ତି। ଜିଲାର ସୋହେଲା ବ୍ଲକ ଅନ୍ତର୍ଗତ ଶ୍ରୀଗିଡ଼ା ପଞ୍ଚାୟତ ଅନ୍ତର୍ଗତ ବାଇପାଲି ଗ୍ରାମର ଜଣେ ଚାଷୀ ମହେନ୍ଦ୍ର ପ୍ରଧାନ ଏଭଳି ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ରବି ଫସଲ ପାଇଁ ସେ ଜମିରେ ବୁଣିଥିବା ଧାନକୁ ବାର୍‌ହା ଖାଇ ନଷ୍ଟ କରି ଦେଇଛନ୍ତି। ବନ୍ୟଜନ୍ତୁଙ୍କ ଦ୍ୱାରା ହୋଇଥିବା ଏଭଳି କ୍ଷୟକ୍ଷତି ପରେ ସମ୍ପୃକ୍ତ ଚାଷୀ ଭାଙ୍ଗି ପଡ଼ିଛନ୍ତି। ଖବର ପାଇ ବନବିଭାଗ କର୍ମଚାରୀମାନେ ପହଞ୍ଚତ୍ ପ୍ରଭାବିତ ଫସଲ ବୁଲି ଦେଖିଛନ୍ତି।
ସୂଚନା ଅନୁଯାୟୀ, ଚାଷୀ ମହେନ୍ଦ୍ର ରବି ଧାନଚାଷ ପାଇଁ ପ୍ରାୟ ଅଧ ଏକର ଜମିରେ ଧାନ ବିହନ ବୁଣିଥିଲେ। ଗତ ପ୍ରାୟ ୧୦ଦିନ ହେଲା ସେ ଧାନ ବିହନ ବୁଣିଥିଲେ ଏବଂ ଧାନଗଛ ମଧ୍ୟ ବାହାରି ଆସିଥିଲା। ଧାନପହ୍ଲା ହୋଇଥିଲେ ସେ ନିଜର ୧୦/୧୨ ଏକର ଜମିରେ ତାହା ରୋଇବା ପାଇଁ ଆଶା ବାନ୍ଧିଥିଲେ। ମାତ୍ର ଶନିବାର ରାତିରେ ଧାନ ବିହନ ବୁଣିଥିବା କିଆରିକୁ ବାର୍‌ହା ପଶିଥିଲେ। ଜମିରେ ବୁଣିଥିବା ଧାନ ସବୁକୁ ବାର୍‌ହା ଖାଇ ଦେଇଥିବା ବେଳେ ଧାନପହ୍ଲା କିଆରି ସମ୍ପୂର୍ଣ୍ଣ ନଷ୍ଟ କରି ଦେଇଛନ୍ତି। ରବିବାର ସକାଳେ ଧାନପହ୍ଲା କିଆରିକୁ ଯାଇ ତାହା ଦେଖିବା ପରେ ମହେନ୍ଦ୍ର ଚିନ୍ତିତ ହୋଇ ପଡ଼ିଛନ୍ତି। କିଛିଦିନ ପରେ ସେ ଜମିରେ ଧାନପହ୍ଲା ରୋଇଥାନ୍ତେ। ଅନ୍ୟପଟେ ଏବେ ପୁଣି ଧାନପହ୍ଲା ପାଇଁ ବିହନ ବୁଣିଲେ ଧାନ ରୋଇବା ସମ୍ପୃକ୍ତ ଚାଷୀଙ୍କ ପାଇଁ ବିଳମ୍ବ ହେବ। ସେହିପରି ଏବେ କେଉଁଠୁ ଓ କାହାଠାରୁ ଧାନପହ୍ଲା ଆଣି ନିଜ ଜମିରେ ରୋଇବେ, ସମ୍ପୃକ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେହି ଚିନ୍ତା ଘାରିଛି। ବନ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଲେ ଆଗକୁ ଅଞ୍ଚଳର ଅନେକ ଚାଷୀ ଏଭଳି କ୍ଷୟକ୍ଷତିର ସମ୍ମୁଖୀନ ହେବାର ଆଶଙ୍କା ଦେଖାଯାଇଛି। ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri