କାଙ୍ଗାଳ ହେବାକୁ ବସିଲାଣି ପାକିସ୍ତାନ, ଦେଶ ଛାଡ଼ୁଛନ୍ତି ଧନୀ

ଇସଲାମାବାଦ,୧୫।୨: ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ଦେଶର ବାସିନ୍ଦା ଏବେ ଖାଦ୍ୟଶସ୍ୟ ଲାଗି ସଂଘର୍ଷ କରୁଛନ୍ତି। ପରିସ୍ଥିତି ଏଭଳି ଯେ କର୍ମଚାରୀଙ୍କୁ ଦରମା ଦେବା ଲାଗି ସରକାରଙ୍କ ପାଖରେ ଟଙ୍କା ନାହିଁ। ଅନେକ ଦିନ ଧରି ଦେଶ ଋଣ ବଳରେ ଚାଲିଥିଲା। ହେଲେ ତାହା ଶେଷ ହେବାକୁ ବସିଲାଣି। ଏପରିକି ପାକିସ୍ତାନ ସହ ଭଲ ସମ୍ପର୍କ ରଖିଥିବା ସମସ୍ତ ଦେଶ ଏବଂ ଅର୍ଥନୈତିକ ସଂଗଠନଗୁଡ଼ିକ ପକ୍ଷରୁ ସହାୟତାର ମାର୍ଗ ମଧ୍ୟ ବନ୍ଦ ହୋଇଯାଇଛି। ଏଥିଲାଗି ସରକାରଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ଯଦି ଏଭଳି ସ୍ଥିତି ଲାଗି ରୁହେ ତେବେ ଦେଶର ଅବସ୍ଥା ଶ୍ରୀଲଙ୍କା ଭଳି ହୋଇପାରେ ବୋଲି ବିଶେଷଜ୍ଞମାନେ ଆକଳନ କରୁଛନ୍ତି।

ପାକିସ୍ତାନର ସ୍ଥିତିକୁ ନେଇ ଏବେ ଲୋକମାନେ ଦେଶ ଛାଡ଼ିବା ଆରମ୍ଭ କରି ଦେଇଛନ୍ତି। ଏକ ରିପୋର୍ଟରେ ଦାବି କରାଯାଇଛି ଯେ ପାକିସ୍ତାନରୁ ବିଦେଶ ଯାଉଥିବା ଲୋକଙ୍କ ସଂଖ୍ୟା ହଠାତ ବୃଦ୍ଧି ପାଇଛି। ଦେଶରୁ ଜୀବନ ବଞ୍ଚାଇ ଚାଲିଯିବାକୁ ଧନଶାଳୀ ବ୍ୟକ୍ତି ଚାହୁଁଛନ୍ତି। ୨୦୨୨ରେ ୮ ଲକ୍ଷରୁ ଅଧିକ ଲୋକ ପାକିସ୍ତାନ ଛାଡ଼ିଥିଲେ। ୨୦୨୧ ତୁଳନାରେ ଦେଶ ଛାଡ଼ୁଥିବା ଲୋକଙ୍କ ସଂଖ୍ୟା ୨୦୦% ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri