‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ କଂଗ୍ରେସ ଭବନରେ କେନ୍ଦୁଝର ଜିଲା ଯୁବ କଂଗ୍ରେସ ପକ୍ଷରୁ ପାଳିତ ହୋଇଯାଇଛି l ଏହି ସଦ୍‌ଭାବନା ଦିବସରେ କଂଗ୍ରେସ ନେତାମାନେ ସ୍ବର୍ଗତ ଗାନ୍ଧିଜୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀରଙ୍କ ସଭାପତିତ୍ୱରେ ଏକ ସ୍ମୃତିଚାରଣ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଆଜି ମହିଳା ସଶକ୍ତିକରଣ, ଶ୍ରମିକମାନଙ୍କୁ ୧୦୦ ଦିନର କାମ, ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା, ଟେଲିକମ୍‌ ଓ କମ୍ପ୍ୟୁଟରୀକରଣ ଏବଂ ୧୮ବର୍ଷରେ ଯୁବକମାନେ ଭୋଟଦାନ ଦେବା ସବୁ ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ କାର୍ଯ୍ୟକାଳ ସମୟର ଅବଦାନ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପୂର୍ବତନ ପିସିସି ସମ୍ପାଦକ ସଂଗ୍ରାମ ଦାସ, ପୂର୍ବତନ ଜିଲା କଂଗ୍ରେସ ସଭାପତି ମୋହନ ପରିଡା, ପୂର୍ବତନ ବିଧାୟକ ସୁବର୍ଣ୍ଣ ନାଏକ, ଜିଲା ଦଳିତ କଂଗ୍ରେସ ସଭାପତି ରଶ୍ମିରଞ୍ଜନ ଜେନା ଓ ବ୍ଲକ କଂଗ୍ରେସ ସଭାପତି ଉତ୍ତମ କୁମାର ସାହୁ ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ, ଜିଲା ଉପସଭାପତି ଲଳିତ ମୋହନ ନାୟକ, ପାଟଣା ବିଧାନସଭା ଯୁବ କଂଗ୍ରେସ ସଭାପତି ପରମେଶ୍ୱର ନାଏକ, ତେଲକୋଇ ବିଧାନସଭା ଯୁବ କଂଗ୍ରେସ ସଭାପତି ଗୌରହରି ପାତ୍ର, ବରିଷ୍ଠ କଂଗ୍ରେସ ନେତା ରତ୍ନାକର ଜେନା, ଟାଉନ ସଭାପତି ଲୋକନାଥ ଟୁଡୁ, ପାଟଣା ବ୍ଲକ ସଭାପତି ଗୋବିନ୍ଦ ମହାନ୍ତ, କଂଗ୍ରେସ ନେତା ରଞ୍ଜିତ ଜେନା, ଚିତ୍ତରଞ୍ଜନ ରାଉତ, ପ୍ରଫୁଲ୍ଲ ଜେନା, କ୍ଷୀରୋଦ ପାତ୍ର, ଆର୍ତ୍ତତ୍ରାଣ ଦାସ, ରସାନନ୍ଦ ଜେନା, ଦୀନେଶ ରାଉତ, ପୂର୍ଣ୍ଣଚନ୍ଦ୍ର ଦାସ, ମହମ୍ମଦ ୟାସିନ, ମହିଳା ନେତ୍ରୀ ସବିତା ସାହୁ, ସୋନାଲି ମାରାଣ୍ଡି, ଯୁବ କଂଗ୍ରେସ ନେତା ସନତ ପାଢ଼ୀ, ଅମିତ କୁମାର ରାଉତ, ଆନନ୍ଦ ମାଝୀ, ବ୍ୟାସଦେବ ବେହେରା, ମାନସ ବେହେରା, ଅଭିଜିତ ବେହେରା, ସଂଗ୍ରାମ ବେହେରା ଏବଂ ଛାତ୍ର କଂଗ୍ରେସ ନେତା ଅବିନାଶ ଓଝା, ଶୁଭମ ମହାନ୍ତ ଓ ପ୍ରଦୀପ ରାଉତ ପ୍ରମୁଖ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri