‘ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ଦିଆ ନ ଯାଉ’

ଜଗତ୍‌ସିଂହପୁର ଅଫିସ, ୭ା୬:ପଛୁଆବର୍ଗଙ୍କ ଅଧିକାର ଛଡ଼ାଇ ନିଆ ନ ଯାଉ। ଜାତିଭିତ୍ତିକ ଜନଗଣନା କରାଯାଉ। ଯଦ୍ଦାରା ପ୍ରତ୍ୟେକ ଜାତିର ଅର୍ଥନୈତିକ, ସାମାଜିକ ଓ ଶିକ୍ଷାଗତ ଯୋଗ୍ୟତା ଠିକ ଭାବରେ ଚିହ୍ନଟ ହୋଇପାରିବ। ମହାରାଷ୍ଟ୍ର, ହରୟଆଣା ଏବଂ ଓଡ଼ିଶା ଭଳି ରାଜ୍ୟରେ ଏହି ଜନଗଣନା କରାଯାଇ ନ ଥିବାରୁ ପଞ୍ଚାୟତ ଓ ପୌର ନିର୍ବାଚନରେ ଓବିସି ବର୍ଗଙ୍କୁ ସଂରକ୍ଷଣ ସୁବିଧା ମିଳିପାରିନାହିଁ। ଅନ୍ୟପଟେ ଓବିସି ବର୍ଗର ଲୋକ ଦେଶର ମୋଟ ଜନସଂଖ୍ୟାର ଅଧା ହୋଇଥିଲେ ସୁଦ୍ଧା ମାତ୍ର ୨୭% ସଂରକ୍ଷଣ ସୁବିଧା ରହିଛି। କେତେକ ରାଜ୍ୟରେ ମଧ୍ୟ ଏହାଠାରୁ କମ୍‌ ସଂରକ୍ଷଣ ଦିଆଯାଉଛି। ଆମ ରାଜ୍ୟରେ ପଞ୍ଚାୟତ ଓ ନଗରପାଳିକା ନିର୍ବାଚନରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯାଇନାହିଁ । ଅନ୍ୟ ରାଜ୍ୟଗୁଡିକ ପରି ଓଡ଼ିଶା ନାମରେ ସୈନ୍ୟ ବାହିନୀରେ ରେଜିମେଣ୍ଟ ଗଠନ ହେଉ। ଓବିସିଙ୍କ ପାଇଁ ମନ୍ତ୍ରଣାଳୟ, ନ୍ୟାୟପାଳିକାରେ ନିଯୁକ୍ତି ନେଇ କଲେଜିୟମ ବ୍ୟବସ୍ଥା ହେବା ଜରୁରୀ। ଏଥିସହ ଓବିସି ମହିଳାମାନେ ପୃଥକ ସଂରକ୍ଷଣ ପାଇବା, ଚାକିରି କ୍ଷେତ୍ରରେ ସଂରକ୍ଷଣ ଓ ଛାତ୍ର ବୃତ୍ତି ଦିଆଯିବା ବ୍ୟବସ୍ଥା ହେଉ। ସରକାରୀ ଘରୋଇକରଣକୁ ବନ୍ଦ କରାଯାଉ । ସୋମବାର ଜିଲା କଂଗ୍ରେସ ପଛୁଆ ବର୍ଗ ବିଭାଗ ପକ୍ଷରୁ ଏହି ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବିଭାଗ ସଭାପତି ବେଣୁଧର ସ୍ବାଇଁଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତା ଓ କର୍ମୀ ଜଗତ୍‌ସିଂହପୁର ସହରରେ ଶୋଭାଯାତ୍ରାରେ ଯାଇ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଜିଲା କଂଗ୍ରେସ କମିଟି ସଭାପତି ନଟବର ବାରିକ, ପୂର୍ବତନ ପୌରାଧ୍ୟକ୍ଷ ତଥା ପ୍ରଦେଶ କଂଗ୍ରେସ ସମ୍ପାଦକ ବିପ୍ଳବ ଚୌଧୁରୀ, ଜିଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ ମଲ୍ଲିକ, ନାଉଗାଁ ବ୍ଲକ କଂଗ୍ରେସ ସଭାପତି ନିରଞ୍ଜନ ବେହୁରା, ଜଗତ୍‌ସିଂହପୁର ବ୍ଲକ କଂଗ୍ରେସ ସଭାପତି ଅଦ୍ୱୈତ ଜେନା, ନଗର କଂଗ୍ରେସ ସଭାପତି ଅଭୟ କୁମାର ମହାନ୍ତି, ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଲିପକ ସାହୁ, ପାରିଷଦ ଓମଶ୍ରୀ ସତ୍ୟ ପ୍ରକାଶ, ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରଧାନ, ସେବାଦଳ ଅଧ୍ୟକ୍ଷ ଡା. ଜଗଦାନନ୍ଦ ବେହେରା, ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri