କୋଭିଡ୍‌ ପୁନଃ ସଂକ୍ରମଣ ଆଶଙ୍କା: ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ଚେତାବନୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏବେ ପୁଣି ମହାରାଷ୍ଟ୍ର ଓ କେରଳ ଭଳି କେତେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା ରବିବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଏବଂ ଏସ୍‌ପିମାନଙ୍କୁ ଚିଠି ଲେଖିଛନ୍ତି। ଦୀର୍ଘ ବର୍ଷେ କାଳ ମହାମାରୀ ସହ ଲଢେଇ କରି ସଂକ୍ରମଣ ହାରକୁ ହ୍ରାସ କରିବାରେ ରାଜ୍ୟ ସରକାର ସଫଳ ହୋଇଛନ୍ତି। ଲୋକମାନଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି କୋଭିଡ୍‌ କଟକଣା କୋହଳ କରାଯାଇଛି। ଅଧିକାଂଶ ସ୍ଥାନରେ
ସାମାଜିକ ଦୂରତା, ମାସ୍କ ପିନ୍ଧିବା, ହାତ ଧୋଇବା, ସାନିଟାଇଜର ବ୍ୟବହାର କରିବା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ଦେଖିବାକୁ ମିଳୁଛି। ଏଭଳି ପରିସ୍ଥିତିରେ କୋଭିଡ୍‌ ଗାଇଡ୍‌ଲାଇନକୁ କଡାକଡି ଭାବେ ପାଳନ କରିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ସର୍ବସାଧାରଣ ସ୍ଥାନ ଏବଂ ଶିକ୍ଷାନୁଷ୍ଠାନରେ ମାସ୍କ ବ୍ୟବହାର ହେଉଛି କି ନାହିଁ ତାହାକୁ ଜିଲା ପ୍ରଶାସନ ଓ ପୋଲିସ କର୍ତ୍ତୃପକ୍ଷ ଯାଞ୍ଚ କରି ନିଶ୍ଚିତ କରିବେ। ହାଟ, ବଜାର ଓ ଅନ୍ୟାନ୍ୟ ଜନଗହଳି ସ୍ଥାନରେ ଡାକବାଜି ଯନ୍ତ୍ର ସହାୟତାରେ ସଚେତନତା ସୃଷ୍ଟି କରିବାକୁ ହେବ। ସରକାରୀ, ବେସରକାରୀ ଅନୁଷ୍ଠାନଗୁଡିକରେ କୋଭିଡ୍‌-୧୯ ଗାଇଡ୍‌ଲାଇନ ପାଳନ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ଦାୟିତ୍ୱ । ଜନସମାଗମ ଉପରେ କଟକଣା ଜାରି କରିବା ସହ ବିବାହ, ସାମାଜିକ ଓ ଧାର୍ମିକ କାର୍ଯ୍ୟକ୍ରମରେ ଯେପରି ଧାର୍ଯ୍ୟ ସଂଖ୍ୟାଠାରୁ ଅଧିକ ଲୋକଙ୍କ ସମାଗମ ନ ହେବ ସେଥିପ୍ରତି ଦୃଷ୍ଟିଦେବାକୁ କୁହାଯାଇଛି। ସ୍କୁଲ୍‌, କଲେଜ, ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ ପରିମଳ ବ୍ୟବସ୍ଥାକୁ ବିଶେଷ ଧ୍ୟାନ ଦେବାକୁ କୁହାଯାଇଛି। ଏଥିସହିତ ମାସ୍କ ଲଗାଇବା, ସାମାଜିକ ଦୂରତା ବଜାୟ ରଖିବା, ଥର୍ମାଲ ସ୍କ୍ରିନିଂ ଏବଂ ଛାତ୍ରୀଛାତ୍ର, ଶିକ୍ଷକ ଓ କର୍ମଚାରୀମାନେ ହ୍ୟାଣ୍ଡଓ୍ବାଶ କିମ୍ବା ହ୍ୟାଣ୍ଡ ସାନିଟାଇଜର ବ୍ୟବହାର କରିବାକୁ ବାଧ୍ୟତାମୂଳକ କରାଯାଇଛି। ଶିକ୍ଷାନୁଷ୍ଠାନରେ କୌଣସି ପ୍ରକାର ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ନିଷେଧ କରାଯାଇଛି। ହୋଟେଲ, ରେଷ୍ଟୁରାଣ୍ଟ ଏବଂ ଅନ୍ୟାନ୍ୟ ସର୍ବସାଧାରଣ ଖାଇବା ଜାଗାଗୁଡିକ ଉପରେ ନଜର ରଖିବାକୁ କୁହାଯାଇଛି। କୋଭିଡ୍‌-୧୯ ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ଡାକ୍ତରଖାନା ନେବା ସହ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ ପଦକ୍ଷେପ ନେବାକୁ କୁହାଯାଇଛି। ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ବିଭିନ୍ନ ସ୍ଥାନ ଗସ୍ତ କରି କୋଭିଡ୍‌ ପ୍ରୋଟୋକଲ ପାଳନ ହେଉଛି କି ନାହିଁ ତାହା ନିଶ୍ଚିତ କରିବେ। ଏହାକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତି ଓ ଅନୁଷ୍ଠାନ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୨ ତାରିଖ ସୁଦ୍ଧା ଜିଲାପାଳମାନେ ଏ ନେଇ ଆକ୍ସନ ଟେକେନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ପ୍ରତି ସପ୍ତାହରେ ଏସ୍‌ଆରସିଙ୍କ କାର୍ଯ୍ୟାଳୟକୁ ରିପୋର୍ଟ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri