ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ରହିଥିବା ବେଳେ ରବିବାର ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୫.୯୮ ମିଟରରେ ପ୍ରବାହିତ ହେଉଥିଲା। ଦିନ ୯ଟା ସୁଦ୍ଧା ୬.୨୨ ମିଟରରେ ଜଳସ୍ତର ପ୍ରବାହିତ ହେଉଛି । ନଦୀର ଏବେ ବିପଦ ସଙ୍କେତ ରହିଛି ୬.୫୦ ମିଟର । ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ କୁଳିଆ ବାସିନ୍ଦା ।

ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି l ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର । ବର୍ଷା ଲାଗି ରହିଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରା ଯାଉଛି । ଯଦି ବନ୍ୟା ହୁଏ ତେବେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ ଟି ପଞ୍ଚାୟତ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି । ଶନିବାର ରାସଗୋବିନ୍ଦପୁର ଅଞ୍ଚଳରେ ୮୨ ମିଲିମିଟର,ମୋରଡାରେ ୩୦.୨ ମିଲିମିଟର ଏବଂ ଶୁଳିଆପଦା ଅଞ୍ଚଳରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାଇଛି । ତେବେ ମୟୂରଭଞ୍ଜ, ବାଲେଶ୍ବର ଏବଂ କେନ୍ଦୁଝରକୁ ପାଣିପାଗ ବିଭାଗ ରବିବାର ରେଡ ଆଲର୍ଟ ଜାରି କରିଥିବାରୁ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri