ବଢୁଛି ଜଳକା, ବନ୍ୟା ଆଶଙ୍କା

ରୂପସା, ୨୦।୧୦(ଡି.ଏନ.ଏ.): ଲଗାଣ ବର୍ଷା ଫଳରେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ରବିବାର ରାତିରୁ ବିପଦସଂକେତ ଉପରେ ପ୍ରବାହିତ ହେଉଛି। ଏହି ନଦୀର ମଥାନୀଠାରେ ବିପଦସଂକେତ ୫.୫ମିଟର ଥିବାବେଳେ ସୋମବାର ସକାଳ ୯ଟା ସୁଧା ୬.୦୪ମିଟର ପ୍ରବାହିତ ହେଉଥିଲା। ସନ୍ଧ୍ୟା ୫ଟା ସୁଦ୍ଧା ଜଳସ୍ତର ବୃଦ୍ଧି ଘଟି ୬.୦୯ ମିଟରରେ ପହଞ୍ଚିଥିଲା। ମଙ୍ଗଳବାର ସନ୍ଧ୍ୟା ୫ଟା ସୁଦ୍ଧା ୬.୩୮ ମିଟରରେ ପ୍ରବାହିତ ହେଉଥିବା ଜଳସେଚନ ବିଭାଗ କନିଷ୍ଠଯନ୍ତ୍ରୀ ଅଶୋକ କୁମାର ଦାସ କହିଛନ୍ତି। ବର୍ଷା ଲାଗି ରହିଥିବା ସହ ଉପରମୁଣ୍ଡରେ ବର୍ଷା ଯୋଗୁ ବନ୍ୟା ଆଶଙ୍କା ଦେଖାଦେଇଛି। ପୁଣି ବନ୍ୟା ପରିସ୍ଥିତି ପାଇଁ ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଥିବା ଦେଖାଦେଇଛି।
ନଦୀର ଉପରମୁଣ୍ଡ ମୟୂରଭଞ୍ଜ ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ନଦୀର ଜଳସ୍ତର ବୃଦ୍ଧିପାଇଛି। ଜଳସ୍ତର ୬.୬୫ ମିଟର ଅତିକ୍ରମ କଲେ ବନ୍ୟା ହେବାର ଆଶଙ୍କା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ଧାନ ଗର୍ଭଧାରଣ ସମୟ ହୋଇଥିବାରୁ ବନ୍ୟା ହେଲେ ଧାନ ଥୋଡ଼ରେ ପାଣି ପଶିବାର ଆଶଙ୍କା ରହିଛି। ଗତ ବନ୍ୟାରେ ଉଭୟ ବସ୍ତା ଓ ସଦର ବ୍ଲକରେ ଧାନ ନଷ୍ଟ ହୋଇଥିଲା। ପୁଣି ଯଦି ବନ୍ୟା ହୁଏ ତା’ହେଲେ ଧାନ ଥୋଡ଼ରେ ପାଣି ପଶି ସମସ୍ତ ଧାନ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଚାଷୀ ଋଣ କରି ଚାଷ କାର୍ଯ୍ୟ ସମ୍ପାଦନ କରିଥିବା ବେଳେ ଅମଳ ଆଶା ମଉଳି ଯାଉଥିବାରୁ ମୁଣ୍ଡରେ ହାତ ଦେଇ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri