କରୋନା ସଂକ୍ରମିତଙ୍କଠାରେ କିଡ୍‌ନୀ ରୋଗ ଆଶଙ୍କା ଅଧିକ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ: କରୋନା ଭୂତାଣୁ ଦ୍ୱାରା ପ୍ରଭାବିତ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପଡୁଥିବା ମାମଲା ସାମ୍ନାକୁ ଆସୁଛି। ସଂକ୍ରମଣରୁ ସୁସ୍ଥ ହେବା ପରେ ମଧ୍ୟ ଅନେକ ସମସ୍ୟା ଉପୁଜୁଛି। ବର୍ତ୍ତମାନ ଏହି ଭୂତାଣୁ ଯୋଗୁ ପୀଡ଼ିତଙ୍କଠାରେ କିଡ୍‌ନୀ ରୋଗ ହେବାର ଆଶଙ୍କା ଦେଖିବାକୁ ମିଳିଛି।

ଏକ ନୂତନ ଅଧ୍ୟୟନ ଅନୁଯାୟୀ, କିଡ୍‌ନୀ କାର୍ଯ୍ୟର ହ୍ରାସ କରୋନାର ଦୀର୍ଘମିଆଦୀ ପ୍ରଭାବ ଭାବରେ ଉଭା ହୋଇଛି। ଅନେକ ପୀଡିତଙ୍କଠାରେ ମଧ୍ୟ ଏପରି ସମସ୍ୟା ଦେଖିବାକୁ ମିଳିଛି, ଯେଉଁମାନେ ସାମାନ୍ୟ କରୋନା ଦ୍ୱାରା ସଂକ୍ରମିତ ହୋଇଥିଲେ। ସେମାନଙ୍କଠାରେ କିଡ୍‌ନୀ ଜନିତ ସମସ୍ୟା ଅଧିକ ଦେଖା ଦେଉଛି।

ଆମେରିକାର ଓ୍ବାଶିଂଟନ ୟୁନିଭର୍ସିଟି ସ୍କୁଲ୍‌ ଅଫ୍‌ ମେଡିସିନ୍‌ର ଅନୁସନ୍ଧାନକାରୀଙ୍କ ଅନୁଯାୟୀ, କରୋନା ସଂକ୍ରମିତ ଲୋକଙ୍କର କିଡନୀ ନଷ୍ଟ ହେବାର ଆଶଙ୍କା ଅଧିକ ଥିବା ଜଣାପଡ଼ିଛି। ଏହା କିଡ୍‌ନୀ ରୋଗର ଆଶଙ୍କା ବି ବଢ଼ାଇପାରେ। ଆମେରିକାର ସୋସାଇଟି ଅଫ୍‌ ନେଫ୍ରୋଲୋଜିରେ ଅଧ୍ୟୟନର ଫଳାଫଳ ପ୍ରକାଶ ପାଇଛି। ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ଜିଆଦ ଅଲ-ଅଲ୍ଲୀ କହିଛନ୍ତି, ‘ଆମର ଫଳାଫଳ ସୂଚିତ କରେ ଯେ କରୋନା ପୀଡ଼ିତଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ମଧ୍ୟ ସେମାନଙ୍କର କିଡ୍‌ନୀ ସମସ୍ୟାକୁ ବିଚାର କରିବା ଉଚିତ୍‌। ଏହା ହଜାର ହଜାର ଲୋକଙ୍କୁ ଏହି ବିପଦରୁ ରକ୍ଷା କରିପାରିବ।

୨୦୨୦ ମାର୍ଚ୍ଚ ୧ରୁ ୨୦୨୧ ମାର୍ଚ୍ଚ ୧୫ ମଧ୍ୟରେ ୧୭ ଲକ୍ଷରୁ ଅଧିକ ସୁସ୍ଥ ଏବଂ କରୋନା ସଂକ୍ରମିତ ବୟସ୍କଙ୍କ ତଥ୍ୟର ବିଶ୍ଳେଷଣ ଆଧାରରେ ଅନୁସନ୍ଧାନକାରୀମାନେ ଏହି ସିଦ୍ଧାନ୍ତ ନେଇଛନ୍ତି। ଏହି ଅଧ୍ୟୟନରେ ଏକ ଲକ୍ଷ ୫୧ ହଜାରରୁ ଅଧିକ ମହିଳାଙ୍କ ତଥ୍ୟ ମଧ୍ୟ ଦେଖାଯାଇଛି। ଆଇସିୟୁରେ ଭର୍ତ୍ତି ହୋଇଥିବା ଲୋକଙ୍କ ମଧ୍ୟରେ କିଡ୍‌ନୀ ଫଙ୍କସନ ହ୍ରାସର ସର୍ବାଧିକ ବିପଦ ଦେଖିବାକୁ ମିଳିଛି ବୋଲି ଜିଆଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri