ଝଡ଼ବର୍ଷା ଆଶଙ୍କା, ୨୨ରୁ ବଢ଼ିବ ତାତି

ଭୁବନେଶ୍ୱର,୧୭।୨(ବ୍ୟୁରୋ):ଓଡ଼ିଶା ଉପର ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଉଭୟ ଆରବ ଓ ବଙ୍ଗୋପ ସାଗର ଆଡୁ ଜଳୀୟ ବାଷ୍ପ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ୧୭ରୁ ୨୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ଘଡ଼ଘଡ଼ି ସହ ଝଡ଼ତୋଫାନ ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ବର୍ଷା ସହିତ କୁଆପଥର ପଡ଼ିବା ଆଶଙ୍କା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୧୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ, ବଲାଙ୍ଗୀର, ନୂଆପଡ଼ା ଏବଂ ବରଗଡ଼ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ତୋଫାନ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ୧୯ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ରାଜ୍ୟରେ ତାତି ମଧ୍ୟ ବଢ଼ି ଚାଲିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱରରେ ସର୍ବାଧିକ ୩୫.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୩୫.୧, ସୋନପୁର ୩୫.୨, ବାରିପଦା ୩୪, ସମ୍ବଲପୁର ୩୪.୨, ତାଳଚେର ୩୪.୩, ଭବାନୀପାଟଣା ୩୪.୫, ନୟାଗଡ଼ ୩୪.୫, ବୌଦ୍ଧ ୩୩, ବଲାଙ୍ଗୀର ୩୩.୮, ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ବର୍ଷା ସମ୍ଭାବନା ଥିବାରୁ ୧୮ ତାରିଖରୁ ପାରଦ ତଳକୁ ଖସିବ। ପୁଣି ୨୨ ତାରିଖରୁ ବଢ଼ିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri