ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି ପାଇଁ କିଛି ସମୟ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଥିଲା।

ମିଳିଥିବା ସୂଚନା ଅନୁଯାୟୀ, ଶ୍ରୀବିଗ୍ରହଙ୍କ ନୀତି ଚାଲିଥିବା ସମୟରେ ରତ୍ନସିଂହାସନ ଉପରେ ନୀତି ସମ୍ପାଦନ କରୁଥିବା ଜଣେ ପାଳିଆ ସେବକଙ୍କୁ ଅନ୍ୟ ଜଣେ ସେବାୟତ ଛୁଇଁ ଦେଇଥିଲେ। ଏହା ପରେ ପରମ୍ପରା ଅନୁଯାୟୀ ଶ୍ରୀବିଗ୍ରହଙ୍କ ଛୁଆଁ ମହାସ୍ନାନ ନୀତି କରାଯାଇଥିଲା।

ମହାସ୍ନାନ ନୀତି ପାଇଁ ପ୍ରଥମେ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇ ଆବଶ୍ୟକ ନୀତି ଆରମ୍ଭ ହୋଇଥିଲା। ଧୁଆଧୋଇ ହୋଇ ପାଣି ପଡ଼ିବା ନୀତି ସକାଳ ୮ଟା ୫୦ ମିନିଟ୍‌ରେ ସମ୍ପନ୍ନ ହୋଇଥିଲା। ଏହାପରେ ୮ଟା ୫୫ ମିନିଟ୍‌ଷର ସିଂହାସନ ପୋଛା ନୀତି ହୋଇଥିଲା। ପରେ ୯ଟା ୧୦ ମିନିଟ୍‌ରେ ମହାସ୍ନାନ ପୂଜା ଆରମ୍ଭ ହୋଇ ୯ଟା ୨୦ ମିନିଟ୍‌ରେ ଶେଷ ହୋଇଥିଲା।

ମହାସ୍ନାନ ନୀତି ପରେ ମଇଲମ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ନିର୍ଦ୍ଧାରିତ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବା ପରେ ପୁଣିଥରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ଆରମ୍ଭ ହୋଇଥିଲା। ଛୁଆଁ ମହାସ୍ନାନ ନୀତି ଯୋଗୁ ଶ୍ରୀମନ୍ଦିରର ନୀତିକାନ୍ତିରେ କିଛି ସମୟ ବିଳମ୍ବ ହୋଇଥିଲେ ମଧ୍ୟ ପରମ୍ପରା ଅନୁଯାୟୀ ସମସ୍ତ ନୀତି ସମ୍ପନ୍ନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?