ବୁଡ଼ିଛି ମହାନଦୀ ତଳ ଅଞ୍ଚଳ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜଗତ୍‌ସିଂହପୁର, ଯାଜପୁର, ପୁରୀ, କଟକ, ନୟାଗଡ଼ ଜିଲାରେ ବନ୍ୟା ବିତ୍ପାତ ଦେଖାଦେଇଛି। ନଦୀ ପାଖ ଗାଁଗଣ୍ଡାରେ ବନ୍ୟା ପାଣି ମାଡ଼ିଯାଇଛି। ଯାଜପୁର, ପୁରୀ, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ବୈତରଣୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଏହାର ଶାଖା ନଦୀ କାଣୀରେ ୧୦୦ ଫୁଟ ଲମ୍ବର ଏକ ଘାଇ ସୃଷ୍ଟି ହୋଇଛି। ଏଥିରେ ଯାଜପୁର ଜିଲା ଦଶରଥପୁର ବ୍ଲକର ୧୦ ପଞ୍ଚାୟତର ୨୪ ଗ୍ରାମର ପ୍ରାୟ ୧୨ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରଭାବିତ ଅଞ୍ଚଳକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ପରିଦର୍ଶନ କରି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।
ସେହିପରି ପୁରୀ ଜିଲା କଣାସ ବ୍ଲକରେ ବନ୍ୟା ଜଳ ପ୍ରବେଶ କରିଛି। ମକରା ନଦୀରେ ଘାଇ ସୃଷ୍ଟି ହେବାରୁ ଦୋକନ୍ଦା, କଦଳୀଦଣ୍ଡା, ବାଲିପାଟଣା, ତରପଡ଼ା, ବଡ଼ାସ, ବୈଦ୍ୟନାଥ ପାଟଣା, କଖାରୁବସ୍ତ ଗ୍ରାମ ବନ୍ୟା ଘେରରେ ରହିଛି। ଏଥିସହିତ ଦୟାନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଦୟା ଓ ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଦୋକନ୍ଦା, ଗଡ଼ବଳଭଦ୍ରପୁର, ବଡ଼ାସ ପଞ୍ଚାୟତର ଧାନ ଜମି ବୁଡ଼ିଯାଇଛି।
ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକର ବଡ଼ବାଲିକଣିଠାରେ ମହାନଦୀରେ ୧୦ଫୁଟର ଘାଇ ହୋଇଛି। ଜିଲାନାସୀ ପଞ୍ଚାୟତର ତେନ୍ତୁଳିଆଖମାର ଓ ସାହାରାଡିଆରେ ମଧ୍ୟ ଘାଇ ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ବିଭିନ୍ନ ଗ୍ରାମ ଓ ଚାଷ ଜମି ଜଳମଗ୍ନ ହୋଇଛି। ଜିଲାର ୮୦୯ ଗ୍ରାମର ପ୍ରାୟ ୫ ହଜାର ଲୋକ ପ୍ରଭାବିତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ହୀରାକୁଦ ଡ୍ୟାମ୍‌ର ଆଉ ୧୪ଟି ଗେଟ୍‌ ଖୋଲାହେବା ପରେ ପରିସ୍ଥିତି ଆହୁରି ସଙ୍ଗିନ ହୋଇ ପଡ଼ିଛି। ସୋମବାର ୨୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ମଙ୍ଗଳବାର ସମୁଦାୟ ୪୦ଟି ଗେଟ୍‌ ଦେଇ ବନ୍ୟାପାଣି ଛଡ଼ାଯାଉଛି। ଜଳ ସମ୍ପଦ ବିଭାଗରୁ ମିଳିଥିବା ସୂଚନା ମୁତାବକ ଡ୍ୟାମ୍‌ ଭିତରକୁ ପ୍ରତି ସେକେଣ୍ଡରେ ୬,୯୧,୯୫୦ କ୍‌ୟୁସେକ ପାଣି ପ୍ରବେଶ କରୁଥିବା ବେଳେ ୬,୧୦,୦୫୩ କ୍ୟୁସେକ ପାଣି ଛଡ଼ାଯାଉଛି। ମହାନଦୀର ମୁଣ୍ଡଳିଠାରେ ୧୨ ଲକ୍ଷ କ୍ୟୁସେକ ଉପରେ ବନ୍ୟାପାଣି ପ୍ରବାହିତ ହେଉଥିବା ବେଳେ ୪୦ଟି ଗେଟ୍‌ ଖୋଲିବା ପରେ ଜଳସ୍ତର ଆହୁରି ବଢ଼ିବା ଆଶଙ୍କା ଦେଖାଦେଇଛି। ମହାନଦୀ ଓ ଏହାର ଶାଖାନଦୀ ଲୁଣା, କରାଣ୍ଡିଆ, ଚିତ୍ରୋତ୍ପଳା, ଦେବୀ, କୁଶଭଦ୍ରା, ଭାର୍ଗବୀ ଆଦିରେ ବନ୍ୟା ଜଳ ବିପଦ ସଙ୍କେତ ଉପର ଦେଇ ପ୍ରବାହିତ ହେଉଛି। ସେହିପରି ବୈତରଣୀ ନଦୀର ଜେନାପୁର ଏବଂ ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲା ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲା ପ୍ରତି ବିପଦ ସୃଷ୍ଟି ହୋଇଛି।
ଆସନ୍ତା ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହାର ପ୍ରଭାବରେ ୧୮ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୨୨ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଅନୁମାନ କରାଯାଇଛି। ବନ୍ୟା ପରିସ୍ଥିତିକୁ ଆହୁରି ସଙ୍ଗିନ କରିବ ବୋଲି ମଧ୍ୟ ଆଶଙ୍କା ସୃଷ୍ଟି ହୋଇଛି। ଜଗତ୍‌ସିଂହପୁର, ନୟାଗଡ଼, ଯାଜପୁର ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳର ସ୍କୁଲଗୁଡ଼ିକୁ ବୁଧବାର ଓ ଗୁରୁବାର ଛୁଟି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri