ବୁଡ଼ିଛି ମହାନଦୀ ତଳ ଅଞ୍ଚଳ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜଗତ୍‌ସିଂହପୁର, ଯାଜପୁର, ପୁରୀ, କଟକ, ନୟାଗଡ଼ ଜିଲାରେ ବନ୍ୟା ବିତ୍ପାତ ଦେଖାଦେଇଛି। ନଦୀ ପାଖ ଗାଁଗଣ୍ଡାରେ ବନ୍ୟା ପାଣି ମାଡ଼ିଯାଇଛି। ଯାଜପୁର, ପୁରୀ, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ବୈତରଣୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଏହାର ଶାଖା ନଦୀ କାଣୀରେ ୧୦୦ ଫୁଟ ଲମ୍ବର ଏକ ଘାଇ ସୃଷ୍ଟି ହୋଇଛି। ଏଥିରେ ଯାଜପୁର ଜିଲା ଦଶରଥପୁର ବ୍ଲକର ୧୦ ପଞ୍ଚାୟତର ୨୪ ଗ୍ରାମର ପ୍ରାୟ ୧୨ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରଭାବିତ ଅଞ୍ଚଳକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ପରିଦର୍ଶନ କରି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।
ସେହିପରି ପୁରୀ ଜିଲା କଣାସ ବ୍ଲକରେ ବନ୍ୟା ଜଳ ପ୍ରବେଶ କରିଛି। ମକରା ନଦୀରେ ଘାଇ ସୃଷ୍ଟି ହେବାରୁ ଦୋକନ୍ଦା, କଦଳୀଦଣ୍ଡା, ବାଲିପାଟଣା, ତରପଡ଼ା, ବଡ଼ାସ, ବୈଦ୍ୟନାଥ ପାଟଣା, କଖାରୁବସ୍ତ ଗ୍ରାମ ବନ୍ୟା ଘେରରେ ରହିଛି। ଏଥିସହିତ ଦୟାନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଦୟା ଓ ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଦୋକନ୍ଦା, ଗଡ଼ବଳଭଦ୍ରପୁର, ବଡ଼ାସ ପଞ୍ଚାୟତର ଧାନ ଜମି ବୁଡ଼ିଯାଇଛି।
ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକର ବଡ଼ବାଲିକଣିଠାରେ ମହାନଦୀରେ ୧୦ଫୁଟର ଘାଇ ହୋଇଛି। ଜିଲାନାସୀ ପଞ୍ଚାୟତର ତେନ୍ତୁଳିଆଖମାର ଓ ସାହାରାଡିଆରେ ମଧ୍ୟ ଘାଇ ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ବିଭିନ୍ନ ଗ୍ରାମ ଓ ଚାଷ ଜମି ଜଳମଗ୍ନ ହୋଇଛି। ଜିଲାର ୮୦୯ ଗ୍ରାମର ପ୍ରାୟ ୫ ହଜାର ଲୋକ ପ୍ରଭାବିତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ହୀରାକୁଦ ଡ୍ୟାମ୍‌ର ଆଉ ୧୪ଟି ଗେଟ୍‌ ଖୋଲାହେବା ପରେ ପରିସ୍ଥିତି ଆହୁରି ସଙ୍ଗିନ ହୋଇ ପଡ଼ିଛି। ସୋମବାର ୨୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ମଙ୍ଗଳବାର ସମୁଦାୟ ୪୦ଟି ଗେଟ୍‌ ଦେଇ ବନ୍ୟାପାଣି ଛଡ଼ାଯାଉଛି। ଜଳ ସମ୍ପଦ ବିଭାଗରୁ ମିଳିଥିବା ସୂଚନା ମୁତାବକ ଡ୍ୟାମ୍‌ ଭିତରକୁ ପ୍ରତି ସେକେଣ୍ଡରେ ୬,୯୧,୯୫୦ କ୍‌ୟୁସେକ ପାଣି ପ୍ରବେଶ କରୁଥିବା ବେଳେ ୬,୧୦,୦୫୩ କ୍ୟୁସେକ ପାଣି ଛଡ଼ାଯାଉଛି। ମହାନଦୀର ମୁଣ୍ଡଳିଠାରେ ୧୨ ଲକ୍ଷ କ୍ୟୁସେକ ଉପରେ ବନ୍ୟାପାଣି ପ୍ରବାହିତ ହେଉଥିବା ବେଳେ ୪୦ଟି ଗେଟ୍‌ ଖୋଲିବା ପରେ ଜଳସ୍ତର ଆହୁରି ବଢ଼ିବା ଆଶଙ୍କା ଦେଖାଦେଇଛି। ମହାନଦୀ ଓ ଏହାର ଶାଖାନଦୀ ଲୁଣା, କରାଣ୍ଡିଆ, ଚିତ୍ରୋତ୍ପଳା, ଦେବୀ, କୁଶଭଦ୍ରା, ଭାର୍ଗବୀ ଆଦିରେ ବନ୍ୟା ଜଳ ବିପଦ ସଙ୍କେତ ଉପର ଦେଇ ପ୍ରବାହିତ ହେଉଛି। ସେହିପରି ବୈତରଣୀ ନଦୀର ଜେନାପୁର ଏବଂ ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲା ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲା ପ୍ରତି ବିପଦ ସୃଷ୍ଟି ହୋଇଛି।
ଆସନ୍ତା ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହାର ପ୍ରଭାବରେ ୧୮ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୨୨ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଅନୁମାନ କରାଯାଇଛି। ବନ୍ୟା ପରିସ୍ଥିତିକୁ ଆହୁରି ସଙ୍ଗିନ କରିବ ବୋଲି ମଧ୍ୟ ଆଶଙ୍କା ସୃଷ୍ଟି ହୋଇଛି। ଜଗତ୍‌ସିଂହପୁର, ନୟାଗଡ଼, ଯାଜପୁର ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳର ସ୍କୁଲଗୁଡ଼ିକୁ ବୁଧବାର ଓ ଗୁରୁବାର ଛୁଟି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri