ନଦୀଘାଟ ଅସାମାଜିକଙ୍କ ଆଡ୍ଡାସ୍ଥଳ

ରାଉରକେଲା ଅଫିସ, ୨୩।୪: ରାଉରକେଲା ପାନପୋଷ ହନୁମାନ ମନ୍ଦିର ନିକଟ ବ୍ରାହ୍ମଣୀ ନଦୀଘାଟ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳ ପାଲଟିଛି। ନଦୀଘାଟରେ ଅସାମାଜିକ ତତ୍ତ୍ୱ ଅଳିଆ ଆବର୍ଜନା କରିବା ସହ ମଦ ପିଇ ଖାଲି ବୋତଲ ଫିଙ୍ଗି ଦେଉଛନ୍ତି। ଫଳରେ ଯାତ୍ରୀମାନେ ସେଠାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସୂଚନା ଅନୁସାରେ, ବ୍ରାହ୍ମଣୀ ନଦୀଘାଟରେ ଆବହମାନ କାଳରୁ ଲୋକମାନେ ପିଣ୍ଡଦାନ ତଥା ଶ୍ରାଦ୍ଧକର୍ମ ସହିତ ଧାର୍ମିକ କାର୍ଯ୍ୟ କରିଆସୁଥିଲେ। ମହାନଗର ନିଗମ ପକ୍ଷରୁ ଲକ୍ଷାଧିକ ଟଙ୍କା ବ୍ୟୟବରାଦ କରାଯାଇ ଘାଟର ଉନ୍ନତୀକରଣ କରାଯାଇଛି। ୬ମାସ ତଳେ ନଦୀଘାଟରେ ରାତ୍ରିକାଳୀନ ପୋଲିସ ପାଟ୍ରୋଲିଂ କରାଗଲା। ବର୍ତ୍ତମାନ ଏହା ବନ୍ଦ ରହିଥିବାରୁ ଅସାମାଜିକ ଲୋକେ ଏହାର ସୁଯୋଗ ନେଇ ସେଠାରେ ଆଡ୍ଡା ଜମାଇଲେଣି। ଅସାମାଜିକ ଲୋକେ ଝୁଲାପୋଲରେ ବସି ମଦ୍ୟପାନ କରୁଥିବା ବେଳେ ମଦ ବୋତଲ ଏଣେତେଣେ ଫିଙ୍ଗି ଦେଉଛନ୍ତି। ସେମାନେ ମନ୍ଦିର ବାଉଣ୍ଡାରି ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି। ଜଣେ ସ୍ଥାନୀୟ ବାସିନ୍ଦା ନିଜ ନାଁ ଗୋପନ ରଖି କହିଛନ୍ତି, ରାତି ହେଲେ ଏଠାରେ ଅସାମାଜିକ ବ୍ୟକ୍ତିମାନଙ୍କ ଆଡ୍ଡା ଜମୁଛି। ପୂର୍ବରୁ ପାଟ୍ରୋଲିଂ ହେଉଥିଲା। ବର୍ତ୍ତମାନ ବନ୍ଦ ରହିଛି। ପେଟ୍ରୋଲିଂ କରାଗଲେ ଏଥିରେ ଅଙ୍କୁଶ ଲାଗିପାରନ୍ତା ବୋଲି ସେ କହିଥିଲେ। ଏ ନେଇ ରଘୁନାଥପାଲ୍ଲୀ ଥାନା ଏସ୍‌ଆଇ ସରୋଜ କୁମାର ବେହେରାଙ୍କୁ ପଚାରିବାରୁ ସେ କହିଲେ, ପାଟ୍ରୋଲିଂ ନିୟମିତ କରାଯାଉଛି। ଏଭଳି କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ଧରିବା ପାଇଁ ପ୍ରୟାସ ହେଉଛି। ଆଗକୁ ପାଟ୍ରୋଲିଂ ଜୋରଦାର କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri