ଶୁଖିଲା ପଡ଼ିଛି ମହାନଦୀ

ଭୁବନେଶ୍ୱର,୨୩ା୩(ବ୍ୟୁରୋ):ବୁଧବାର ବିଧାନସଭାର ଶୂନ୍ୟକାଳରେ ବିଜେଡି ସଭ୍ୟ ଦେବୀ ପ୍ରସାଦ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ କେନ୍ଦ୍ର ଓ ଛତିଶଗଡ଼ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଆଜି ବିଶ୍ୱ ଜଳ ଦିବସ। ୧୫ ଜିଲାରେ ପ୍ରବାହିତ ହେଉଥିବା ମହାନଦୀ ଆଜି ଶୁଖିଲା ପଡ଼ିଛି। ମହାନଦୀ ଟ୍ରିବ୍ୟୁନାଲର ୩୭ ବୈଠକ ସରିଲାଣି। ଫଳ କିଛି ନାହିଁ। ଜଳ ପ୍ରବାହ ବନ୍ଦହୋଇ ଗଲାଣି। ମହାନଦୀ ଅବସ୍ଥା ଅତ୍ୟନ୍ତ ସଙ୍ଗିନ। ଛତିଶଗଡ଼ ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ସେତେବେଳେ ରମଣ ସିଂଙ୍କ ନେତୃତ୍ୱ ସରକାର କିଛି କରି ନ ଥିଲେ ଏବଂ କେନ୍ଦ୍ରର ଭାଜପା ସରକାର ନୀରବଦ୍ରଷ୍ଟା ସାଜିଥିଲେ। ଛତିଶଗଡ଼ରେ ଏବେ ସରକାର ବଦଳିଥିଲେ ବି ସମାନ ଅବସ୍ଥା ରହିଛି। ଏହା ଉପରେ ଜଳସମ୍ପଦ ମନ୍ତ୍ରୀ ଗୃହରେ ଏକ ବିବୃତି ଦିଅନ୍ତୁ। ବାଚସ୍ପତିି ଏ ନେଇ ରୁଲିଂ ଦିଅନ୍ତୁ ବୋଲି ସେ ଦାବି କରିଥିଲେ। ବିଜେଡି ସଭ୍ୟମାନେ ରୁଲିଂ ଦେବାକୁ ଦାବି କରିବା ସହ କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। କିଛି ସମୟ ପାଇଁ ଗୃହରେ ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା।
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଥିଲେ, ଗୃହରେ ଗଣ୍ଡଗୋଳ ନ କରି ଏହାକୁ ଏକ ସ୍ବତନ୍ତ୍ର ଫୋରମରେ ଅଣାଯାଉ। ଆମେ ବି ଆଲୋଚନା ପାଇଁ ପ୍ରସ୍ତୁତ ଅଛୁ। ନଦୀ ପାଣି ସମୁଦ୍ରକୁ ବୋହିଯାଉଛି। ତାକୁ ସରକାର ଅଟକାଇ ପାରୁନାହାନ୍ତି। ପାଣି ଅଟକାଇ ପାରିଲେ ଓଡ଼ିଶାର ବିକାଶ ହୋଇପାରନ୍ତା। ଏନେଇ ଗୃହରେ ଆଲୋଚନା ହେଉ ବୋଲି ସେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହଟ୍ଟଗୋଳକୁ ଦେଖି ବାଚସ୍ପତି ଜଳସମ୍ପଦ ମନ୍ତ୍ରୀଙ୍କୁ ମହାନଦୀ ଉପରେ ଗୃହରେ ବିବୃତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ।
ଫେବୃୟାରୀରୁ ମହାନଦୀ ଓ ଏହାର ପ୍ରମୁଖ ଶାଖାନଦୀଗୁଡ଼ିକ ମଧ୍ୟ ଶୁଖିଲା ପଡ଼ିଲାଣି । ଛତିଶଗଡ଼ ଗୋଟିଏ ପରେ ଗୋଟିଏ ପ୍ରକଳ୍ପ କରି ମହାନଦୀର ପାଣିକୁ ଅଟକାଇ ଦେଇଛି, ଯାହାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି । ଏବେଠୁ ମହାନଦୀର ପ୍ରମୁଖ ଶାଖା ନଦୀ ଇବ୍‌ ଶୁଖିଗଲାଣି। ଆଗକୁ ସ୍ଥିତି ଆହୁରି ଗମ୍ଭୀର ହେବାର ଆଶଙ୍କା ସୃଷ୍ଟି ହୋଇଛି। ଇତିମଧ୍ୟରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ କେନ୍ଦ୍ର ସରକାର ଆଉ ବର୍ଷେ ୯ ମାସ ବୃଦ୍ଧି କରିଛନ୍ତି । ଜଳଶକ୍ତି ମନ୍ତ୍ରଣାଳୟର ସୂଚନା ଅନୁସାରେ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳକୁ ୨୦୨୩ ମାର୍ଚ୍ଚ ୧୧ରୁ ୨୪ ଡିସେମ୍ବର ୨୦୨୪ ଯାଏ ବୃଦ୍ଧି କରାଯାଇଛି ।
ଟ୍ରିବ୍ୟୁନାଲଙ୍କ ଅବଧି ବୃଦ୍ଧି କରିବାକୁ ଓଡ଼ିଶା ଓ ଛତିଶଗଡ଼ ସରକାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ। କରୋନା ସମୟରେ ଶୁଣାଣି ପ୍ରଭାବିତ ହୋଇଥିବାରୁ ଅବଧି ୩ ବର୍ଷ ବଢ଼ାଇବାକୁ ଉଭୟ ରାଜ୍ୟ ଚିଠ ଲେଖିଥିଲେ। ଟ୍ରିବ୍ୟୁନାଲଙ୍କ ଅବଧିକୁ କେନ୍ଦ୍ର ସରକାର ୧ ବର୍ଷ ୯ ମାସ ବଢ଼ାଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ମହାନଦୀ ଜଳ ବିବାଦର ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ୨୦୧୮ ମାର୍ଚ୍ଚରେ ମହାନଦୀ ଟ୍ରିବ୍ୟୁନାଲ ଗଠନ କରାଯାଇଥିଲା। ପ୍ରଥମ ୩ ବର୍ଷ ଅବଧିରେ ଟ୍ରିବ୍ୟୁନାଲ ଜଳ ବିବାଦ ମାମଲାର ଚୂଡ଼ାନ୍ତ ନିଷ୍ପତ୍ତିିରେ ପହଞ୍ଚି ପାରି ନ ଥିଲେ । ୨୦୨୧ରେ ପୁଣି ଥରେ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଥିଲା, ଯାହାକି ୨୦୨୩ ମାର୍ଚ୍ଚ ୧୧ରେ ଶେଷ ହୋଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri