ଦେବୀନଦୀ ପଠା ଅତଡ଼ା ଧସୁଛି : ଗ୍ରାମବାସୀ ଭୟଭୀତ

ନାଉଗାଁ,୧୦ା୬( ସୁଧା ବେହୁରା): ନାଉଗାଁ  ବ୍ଲକ ଅନ୍ତର୍ଗତ ଓଷକଣା ପଞ୍ଚାୟତ ଦେଇ ଦେବୀନଦୀ ପ୍ରବାହିତ ହେଉଛି। ଏହି ନଦୀରେ ହୋଇଥିବା ବନ୍ଧ ଜଗତ୍‌ସିଂହପୁର ଜଳସମ୍ପଦ ବିଭାଗ ଅଲଣାହାଟ ଜଳସମ୍ପଦ ସେକ୍ସନ ଅଧୀନରେ ରହିଛି। ଉକ୍ତ ନଦୀର ଉଦ୍‌ବୃତ୍ତ ବନ୍ୟାଜଳ ଗ୍ରାମ ମଧ୍ୟକୁ ପ୍ରବେଶ ନ କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନଦୀପଠା ନିକଟରେ ଆଉଏକ ଘେରି ବନ୍ଧ ନିର୍ମାଣ କରାଯାଇଛି। କିନ୍ତୁ ଓଷକଣା ଗ୍ରାମ ନିକଟରେ ନିର୍ମିତ ଘେରିବନ୍ଧ ନିକଟସ୍ଥପଠାରୁ ଅତଡ଼ା ଧସିବା ଆରମ୍ଭ ହୋଇଛି। ଏହାଦେଖି ଗ୍ରାମବାସୀ ଭୟଭୀତ ହୋଇଯାଇଛନ୍ତି।
କହିବା ଅନୁଯାୟୀ, ନଦୀରେ ସାମାନ୍ୟ ଜୁଆର ଆସିଲେ ପାଣି ପଠାରେ ମାଡ଼ ହୋଇ ଅତଡା ଧସୁଛି। ଆଗକୁ ବର୍ଷାଦିନ ଆସୁଥିବା ଯୋଗୁ ନଦୀରେ ଜଳସ୍ତର ବୃଦ୍ଧି ପାଇବ। ଏପରିକି ଏହି ନଦୀ ଦେଇ ବନ୍ୟାପାଣି ସମୁଦ୍ରକୁ ନିଷ୍କାସିତ ହୋଇଥାଏ। ତେବେ ବନ୍ୟାଜଳ ଆସିଲେ ବନ୍ୟାସ୍ରୋତ ପଠାରେ ମାଡ଼ ହେବ। ଫଳରେ ଅତଡ଼ା ଅଧିକ ଧସିଯିବାର ସମ୍ଭାବନା ରହିଛି। ଏପରି ହେଲେ ନଦୀବନ୍ଧ ଦୁର୍ବଳ ହେବାର ଆଶଙ୍କା ରହିଛି। ଏନେଇ ବର୍ଷା ପୂର୍ବରୁ ଉକ୍ତ ବନ୍ଧର ସ୍ଥାୟୀ ପ୍ରତିକାର କରିବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।
ବିଭାଗ ପକ୍ଷରୁ ଦେବୀନଦୀର ଅତଡ଼ା ଧସୁଥିବା ସ୍ଥାନରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ପଥର ପ୍ୟାକିଂ କରାଯାଉଥିବା ବେଳେ ଉକ୍ତ ସ୍ଥାନଟି ବିଭାଗର ଦୃଷ୍ଟି ଆଢୁଆଳରେ ରହିଥିବା ଗ୍ରାମବାସୀ କହିିଛନ୍ତି। ତୁରନ୍ତ ଉକ୍ତ ସ୍ଥାନରେ ସ୍ଥାୟୀ ପ୍ରତିକାର କରିବା ପାଇଁ ଗ୍ରାମର ରବୀନ୍ଦ୍ର ଭୋଇ, ପଦି ଭୋଇ, ନିମାଇଁ କାଣ୍ଡି, ଭୈରବ ଦାସ, କୃଷ୍ଣଚନ୍ଦ୍ର ସ୍ବାଇଁ, ସୂର୍ଯ୍ୟକାନ୍ତ ଭୋଇ, ଟୁକୁନା ଭଞ୍ଜ ପ୍ରମୁଖ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗର ଅଲଣାହାଟ ସେକ୍ସନର ଯନ୍ତ୍ରୀ ଦେବୀ ମିଶ୍ରଙ୍କୁ ମୋବାଇଲ୍‌ ଫୋନ ଜରିଆରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri