ମରଣଯନ୍ତା ପାଲଟିଛି ନଦୀବନ୍ଧ ରାସ୍ତା

ତିର୍ତ୍ତୋଲ,୧୩।୯ (ଡି.ଏନ.ଏ.):ତିର୍ତ୍ତୋଲ ବ୍ଲକ କୃଷ୍ଣାନନ୍ଦପୁର ପଞ୍ଚାୟତର ସାଇଫୋନ ସେତୁଠାରୁ ସରଳପୁରକୁ ସଂଯୋଗ କରୁଥିବା ପାଇକାନଦୀର ଡାହାଣ ପାର୍ଶ୍ୱ ବନ୍ଧ ରାସ୍ତା ଏବେ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ଏହି ରାସ୍ତା ଉପରେ ବ୍ଲକ ଅଧୀନ ୫ଟି ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭରଶୀଳ। କୃଷ୍ଣାନନ୍ଦପୁର ପଞ୍ଚାୟତର ନୂଆଗାଁ, କଦମଛନ୍ଦା, ବିଶୁନପୁର ପଞ୍ଚାୟତର ନିରପୋଇ, କନିମୂଳ ପଞ୍ଚାୟତର ମତ୍ତଗଜପୁର, ଭଁସର, ଲଙ୍କାପଡା, ମିିର୍ଜାପୁର ଓ ଗୋପାଳପୁର(ଶ ) ପଞ୍ଚାୟତର ସରଳପୁର ଗ୍ରାମ ପର୍ଯ୍ୟନ୍ତ ସଂଯୋଗ କରୁଥିବା ରାସ୍ତା ଅତ୍ୟନ୍ତ ଖରାପ ହୋଇଯାଇଛି। ଏହି ରାସ୍ତାରେ ସ୍କୁଲ, କଲେଜ ଛାତ୍ରୀଛାତ୍ର, ବ୍ୟବସାୟୀ, ସ୍ଥାନୀୟ ଜନସାଧାରଣ ଦୈନନ୍ଦିନ ଯାତାୟାତ କରିଥାନ୍ତି। ଏଥିସହ ଗଇଠିପୁରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ଦିଗବାରୁଣୀ ଓ ମତ୍ତଗଜପୁରର ସତ୍‌ସଙ୍ଗ ଶ୍ରୀମନ୍ଦିରକୁ ରାଜ୍ୟର ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକମାନେ ଏହି ବାଟଦେଇ ଆସିଥାନ୍ତି। ମାତ୍ର ରାସ୍ତାଟି ମରାମତି ଅଭାବରୁ ବିପଦସଙ୍କୁଳ ହୋଇଯାଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏନେଇ ଅଞ୍ଚଳବାସୀଙ୍କ ତରଫରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରାଯିବା ସତ୍ତ୍ୱେ କୌଣସି ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। ଏହି ରାସ୍ତାର ତ୍ୱରିତ ମରାମତି ଓ ଉନ୍ନତୀକରଣ ପାଇଁ ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ଓ ଜିଲାପାଳଙ୍କୁ ଏକ ଦାବିପତ୍ର ଦିଆଯାଇଛି। କନୀମୂଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ବେଦଦ୍ୟୁତି ପୃଷ୍ଟି, ବୈରାଗୀ ଚରଣ ସ୍ବାଇଁ, ନିରଞ୍ଜନ ମଲ୍ଲିକ, ସୁଶୀଲ କୁମାର ସାହୁ, ରବୀନ୍ଦ୍ର କୁମାର ମଲ୍ଲିକ, ଅରୁଣ କୁମାର ସୂତାର, ଖଗେଶ୍ୱର ନାୟକ, ରାଜେନ୍ଦ୍ର କୁମାର ବେହେରା, ନାରାୟଣ ନାୟକ, ମୁରଲୀଧର ସେଠୀ ପ୍ରମୁଖ ଏହି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?