ମରଣଯନ୍ତା ପାଲଟିଛି ନଦୀବନ୍ଧ ରାସ୍ତା

ତିର୍ତ୍ତୋଲ,୧୩।୯ (ଡି.ଏନ.ଏ.):ତିର୍ତ୍ତୋଲ ବ୍ଲକ କୃଷ୍ଣାନନ୍ଦପୁର ପଞ୍ଚାୟତର ସାଇଫୋନ ସେତୁଠାରୁ ସରଳପୁରକୁ ସଂଯୋଗ କରୁଥିବା ପାଇକାନଦୀର ଡାହାଣ ପାର୍ଶ୍ୱ ବନ୍ଧ ରାସ୍ତା ଏବେ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ଏହି ରାସ୍ତା ଉପରେ ବ୍ଲକ ଅଧୀନ ୫ଟି ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭରଶୀଳ। କୃଷ୍ଣାନନ୍ଦପୁର ପଞ୍ଚାୟତର ନୂଆଗାଁ, କଦମଛନ୍ଦା, ବିଶୁନପୁର ପଞ୍ଚାୟତର ନିରପୋଇ, କନିମୂଳ ପଞ୍ଚାୟତର ମତ୍ତଗଜପୁର, ଭଁସର, ଲଙ୍କାପଡା, ମିିର୍ଜାପୁର ଓ ଗୋପାଳପୁର(ଶ ) ପଞ୍ଚାୟତର ସରଳପୁର ଗ୍ରାମ ପର୍ଯ୍ୟନ୍ତ ସଂଯୋଗ କରୁଥିବା ରାସ୍ତା ଅତ୍ୟନ୍ତ ଖରାପ ହୋଇଯାଇଛି। ଏହି ରାସ୍ତାରେ ସ୍କୁଲ, କଲେଜ ଛାତ୍ରୀଛାତ୍ର, ବ୍ୟବସାୟୀ, ସ୍ଥାନୀୟ ଜନସାଧାରଣ ଦୈନନ୍ଦିନ ଯାତାୟାତ କରିଥାନ୍ତି। ଏଥିସହ ଗଇଠିପୁରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ଦିଗବାରୁଣୀ ଓ ମତ୍ତଗଜପୁରର ସତ୍‌ସଙ୍ଗ ଶ୍ରୀମନ୍ଦିରକୁ ରାଜ୍ୟର ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକମାନେ ଏହି ବାଟଦେଇ ଆସିଥାନ୍ତି। ମାତ୍ର ରାସ୍ତାଟି ମରାମତି ଅଭାବରୁ ବିପଦସଙ୍କୁଳ ହୋଇଯାଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଏନେଇ ଅଞ୍ଚଳବାସୀଙ୍କ ତରଫରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରାଯିବା ସତ୍ତ୍ୱେ କୌଣସି ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ। ଏହି ରାସ୍ତାର ତ୍ୱରିତ ମରାମତି ଓ ଉନ୍ନତୀକରଣ ପାଇଁ ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ଓ ଜିଲାପାଳଙ୍କୁ ଏକ ଦାବିପତ୍ର ଦିଆଯାଇଛି। କନୀମୂଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ବେଦଦ୍ୟୁତି ପୃଷ୍ଟି, ବୈରାଗୀ ଚରଣ ସ୍ବାଇଁ, ନିରଞ୍ଜନ ମଲ୍ଲିକ, ସୁଶୀଲ କୁମାର ସାହୁ, ରବୀନ୍ଦ୍ର କୁମାର ମଲ୍ଲିକ, ଅରୁଣ କୁମାର ସୂତାର, ଖଗେଶ୍ୱର ନାୟକ, ରାଜେନ୍ଦ୍ର କୁମାର ବେହେରା, ନାରାୟଣ ନାୟକ, ମୁରଲୀଧର ସେଠୀ ପ୍ରମୁଖ ଏହି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri