କେଲୁଅ ନଦୀବନ୍ଧ ରାସ୍ତା ଶୋଚନୀୟ

କାଏମା,୨୫ା୯(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର ଅଲଣି ସାହୁ ଗାଁ ନିକଟରୁ ଚାନ୍ଦମୋହିନୀ ଗ୍ରାମ ପର୍ଯ୍ୟନ୍ତ କେଲୁଅ ନଦୀବନ୍ଧ ରାସ୍ତା ଶୋଚନୀୟ ହେବାକୁ ଲାଗିଲାଣି। ଏବେ ବର୍ଷା ଦିନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ରାସ୍ତାର ଅନେକ ସ୍ଥାନରୁ ପିଚୁ ଉଠିଯାଇଥିବାରୁ ଯାତାୟାତ ପ୍ରଭାବିତ ହେଉଛି। ବର୍ଷା ହେଲେ ରାସ୍ତାରେ ଆଣ୍ଠୁଏ ଲେଖାଏ ପାଣି ଜମି ରହୁଛି। ସେହିପରି ରାସ୍ତାକୁ ଗଛଲତା ଓ ଘାସ ମାଡ଼ିଗଲାଣି। ବହୁ ବର୍ଷ ପୂର୍ବେ ଏହି ନଦୀବନ୍ଧ ରାସ୍ତା ସୁଦୃଢ଼ୀକରଣ କରାଯାଇଥିଲା। ହେଲେ କାମ ସରିବାର କିଛିମାସ ପରେ ରାସ୍ତାରେ ଯାତାୟାତରେ ଅସୁବିଧା ଦେଖିବାକୁ ମିଳିଥିଲା। ଏହି ରାସ୍ତା ଦେଇ ପ୍ରତିଦିନ ଚଇନୁହୁଡ଼ା, ମାଝି ପାଟଣା, ଅଲଣି ସାହୁ, ସ୍ବାଇଁ ସାହି, ରାକ୍ଷୀ ପାଟଣା, ଉତ୍ତରପ୍ରତାପ ଓ ନରସିଂହପୁର ଆଦି ଗ୍ରାମବାସୀ ଯାତାୟାତା କରନ୍ତି। ଗଛଲତା ମାଡ଼ି ଯାଇଥିବାରୁ ରାସ୍ତା ସଙ୍କୁଚିତ ହୋଇଯାଇଛି। ଏଥିରେ ପୁଣି ସାପ ଭୟ। ରାତି ସମୟରେ ରାସ୍ତାରେ ଯାତାୟାତ କରିବାକୁ ଲୋକେ ଭୟ କରୁଛନ୍ତି। ଅଣଓସାରିଆ ରାସ୍ତାରେ ଯିବାଦ୍ୱାରା ଅନେକ ଦୁର୍ଘଟଣାର ଶିକାର ହେଉଛନ୍ତି। ରାସ୍ତାଦେଇ ଛୋଟଛୋଟ ପିଲା ସ୍କୁଲକୁ ଅପରିଷ୍କାର ପାଣିରେ ପଶି ଯାଉଛନ୍ତି। ଫଳରେ ସେମାନେ ବିଭିନ୍ନ ପ୍ରକାର ଚର୍ମରୋଗ ଓ ଥଣ୍ଡା ଜ୍ୱରରେ ଆକ୍ରାନ୍ତ ହେଉଛନ୍ତି। ଏହି ପଞ୍ଚାୟତଟି ୧୫ ନମ୍ବର ଜୋନ ଅଧୀନରେ ଯାଉଛି। କିଛି ଦିନ ତଳେ ଏଠାରେ ଜିଲା ପରିଷଦ ଉପନିର୍ବାଚନ ହୋଇଥିଲା। ସେ ସମୟରେ ରାସ୍ତାର କିଛି ସ୍ଥାନରେ ଡଷ୍ଟ ଗୁଣ୍ଡ ପକାଯାଇଥିଲା। ତାହା ଏବେ ଆଉ ଦେଖିବାକୁ ମିଳୁନାହିଁ। ରାସ୍ତା ମରାମତି ପାଇଁ ବ୍ଲକ୍‌ ପ୍ରଶାସନ କିମ୍ବା ରାଜନେତା ଇଚ୍ଛା ପ୍ରକାଶ କରୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତେଣୁ ଜିଲାପାଳ ଏ ଦିଗରେ ଦୃଷ୍ଟିଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri