ପଶ୍ଚିମା ଝଡ଼ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ

ତିଗିରିଆ,୩।୪(ଡି.ଏନ.ଏ.): ତିଗିରିଆ ବ୍ଲକ ପାଇକିଆଁରାଠାରୁ ଚଷାଆଁରାକୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ କିଛି ଦିନ ହେବ ବର୍ଷା ଲାଗି ରହିବାରୁ ଏହି ରାସ୍ତାରେ ଯାତାୟାତ ଏକରକମ ଠପ୍‌ ହୋଇଯାଇଛି। ପ୍ରତିବର୍ଷ ବନ୍ୟା ଆସିଲେ ଚଷାଆଁରା ଗ୍ରାମ ପ୍ରଥମେ ଜଳବନ୍ଦୀ ହୋଇଥାଏ। ଗ୍ରାମଟି ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଏ। ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ଜନସାଧାରଣ ବାରମ୍ବାର ଦାବି କରିବା ପରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ପାଇକିଆଁରାଠାରୁ ଚଷାଆଁରାକୁ ସଂଯୋଗ କରୁଥିବା ରାସ୍ତା ବୁଡ଼ି ନ ଯିବା ପାଇଁ ଏହାର ଉଚ୍ଚତା ବୃଦ୍ଧି କାର୍ଯ୍ୟ ଚାଳିଛି।
ଏନେଇ ରାସ୍ତା ଉପରେ ମାଟି ଗଦା ହୋଇଥିଲା। ନିର୍ମାଣ କାର୍ଯ୍ୟ ଚାଲିଥିବା ସମୟରେ କିଛି ଦିନ ହେବ ବର୍ଷା ଲାଗି ରହିବାରୁ ମାଟି ସବୁ ରାସ୍ତା ଉପରକୁ ଚାଲି ଆସିଛି। ପାଣି ଲାଗିବା ପରେ ଚିକିଟା କାଦୁଅ ମାଟି ଭଳି ହୋଇଯାଇଛି। ଫଳରେ ସାଇକେଲ ଆରୋହୀଙ୍କଠାରୁ ଆରମ୍ଭ କରି ଦୁଇ ଚକିଆ ଓ ଚାରି ଚକିଆ ଚାଳକ ପ୍ରମୁଖ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବହୁ ବାଇକ୍‌ ଆରୋହୀ ରାସ୍ତାରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇ ଆହତ ହେଉଛନ୍ତି। ଏହି ରାସ୍ତା ଉପରେ ବାଙ୍କୀ ବ୍ଲକର ବନ୍ଦାଳ ଓ ତିଗିରିଆର ବଡନାଉପୁଟ ପଞ୍ଚାୟତବାସୀ ନିର୍ଭର କରିଥାନ୍ତି। ତୁରନ୍ତ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri