ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଫଳରେ ପର୍ଯ୍ୟଟକଙ୍କ ସମେତ ସ୍ଥାନୀୟ ଲୋକେ ଯାତାୟାତରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ଶ୍ରାବଣ ମାସରେ ବଟେଶ୍ୱର ପୀଠକୁ ହଜାର ହଜାର କାଉଡ଼ିଆ ଆସିଥିବା ବେଳେ ରାସ୍ତାର ଦୁରବସ୍ଥା ଯୋଗୁ ସେମାନେ ମଧ୍ୟ ଯାତାୟାତରେ ଅସୁବିଧା ଭୋଗିଥିବା ଅଭିଯୋଗ ହୋଇଛି।

ଏହି ସମସ୍ୟା ନେଇ ସ୍ଥାନୀୟ ତିନିଟି ଗ୍ରାମର ଲୋକେ ଗତ ଅଗଷ୍ଟ ୨୪ ତାରିଖରେ ଜିଲାସ୍ତରୀୟ ଜନଶୁଣାଣିରେ ଜିଲାପାଳଙ୍କୁ ଭେଟି ଅବଗତ କରାଇଥିଲେ। ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ଡାକି ତୁରନ୍ତ ରାସ୍ତା କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏପରିକି ସେପ୍ଟେମ୍ବର ମାସରେ ରାସ୍ତା କାମ ଆରମ୍ଭ ହେବ ବୋଲି ବିଭାଗୀୟ ଅଧିକାରୀମାନେ କହିଥିଲେ। ତେବେ ଏକ ମାସ ବିତିଯାଇଥିଲେ ମଧ୍ୟ ରାସ୍ତା କାମରେ ଆଶାନୁରୂପ ଅଗ୍ରଗତି ହୋଇ ନ ଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷରେ ହୁମା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରୁ ବଟେଶ୍ୱର ପୀଠକୁ ଯାଇଥିବା ପ୍ରବେଶ ରାସ୍ତାରେ ଓଭରବ୍ରିଜ ନିର୍ମାଣ ହୋଇଥିବାରୁ ପୁରୁଣା ରାସ୍ତା ବନ୍ଦ ହୋଇଯାଇଛି। ମନ୍ଦିରକୁ ଯାତାୟାତ ପାଇଁ ଆବଶ୍ୟକ ସର୍ଭିସ ରୋଡ ମଧ୍ୟ ଏପର୍ଯ୍ୟନ୍ତ ନିର୍ମାଣ ହୋଇ ନ ଥିବା ଅଭିଯୋଗ ହୋଇଛି। ବିକଳ୍ପ ଭାବେ ବ୍ୟବହୃତ ହେଉଥିବା ରାସ୍ତାଟି ମଧ୍ୟ ଶୋଚନୀୟ ଅବସ୍ଥାରେ ରହିଛି।

ଏହି ରାସ୍ତା ଉପରେ କଣ୍ଟିଆଗଡ଼, ଖଟୁଆକୁଦା, ପୋଡେମୋପେଟା ଓ ନୀଳାଦ୍ରିପୁର ଭଳି ଚାରିଟି ଗ୍ରାମର ଲୋକେ ନିର୍ଭରଶୀଳ। ରାସ୍ତାର ଅବସ୍ଥା ଖରାପ ଥିବାରୁ ଦୈନନ୍ଦିନ ଯାତାୟାତରେ ଗ୍ରାମବାସୀଙ୍କୁ ନାନା ସମସ୍ୟା ଭୋଗିବାକୁ ପଡ଼ୁଛି।

ବଟେଶ୍ୱର ପୀଠକୁ ସଂଯୋଗ କରୁଥିବା ରାସ୍ତା ମଧ୍ୟ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଠିକାଦାର ଦୀର୍ଘଦିନ ଧରି କାମ କରୁଥିଲେ ମଧ୍ୟ ତାହା ଠିକ ଭାବେ ହେଉନଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଆସନ୍ତା କାର୍ତ୍ତିକ ମାସରେ ବଟେଶ୍ୱର ପୀଠରେ ଭକ୍ତଙ୍କ ଭିଡ଼ ବଢ଼ିବାକୁ ଥିବାରୁ ଏହା ପୂର୍ବରୁ ରାସ୍ତା ନିର୍ମାଣ ଓ ମରାମତି କାମ ଶେଷ କରିବାକୁ ଦାବି ହୋଇଛି।

ତୁରନ୍ତ ରାସ୍ତା କାମ ଶେଷ ନହେଲେ ଆଗାମୀ ଦିନରେ ଜନସାଧାରଣ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ପୂର୍ବତନ ସରପଞ୍ଚ ଦିଲୀପ ଛୋଟରାୟ, ପୂର୍ବତନ ସମିତି ସଭ୍ୟ ଛାୟାକାନ୍ତ ପ୍ରଧାନ, ଯୁବ ନେତା ରଞ୍ଜିତ ପଲାଇ, ପବିତ୍ର ସ୍ବାଇଁ, ଶିବରାମ ପଲାଇ, ବୃନ୍ଦାବନ ପ୍ରଧାନ, ଧର୍ମରାଜ ସ୍ବାଇଁ, ଅଜୟ ପ୍ରଧାନ ପ୍ରମୁଖ ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?