ଯାତାୟାତ ସମସ୍ୟା ସୁଧୁରୁନି

ଝୁମ୍ପୁରୀ,୧୯ା୭(ଡି.ଏନ୍‌.ଏ.):ଦଶରଥପୁର ବ୍ଲକ୍‌ ଖଣ୍ଡରା ପଞ୍ଚାୟତସ୍ଥ ଧମଧଡ଼ା ପ୍ରାଥମିକ ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି ଏବେ ମରଣଯନ୍ତା ସାଜିଥିବା ଦେଖିବାକୁ ମିଳିଛି। ସରକାର ଗମନାଗମନର ସୁବିଧା ପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରିବା ସହ ବିଦ୍ୟାଳୟ, ଅଙ୍ଗନୱାଡି ଓ କଲେଜ ଆଦି ରାସ୍ତାଗୁଡ଼ିକୁ ପ୍ରାଥମିକତା ଦେଉଛନ୍ତି। ମାତ୍ର ଧମଧଡ଼ା ବିଦ୍ୟାଳୟ ରାସ୍ତା କ୍ଷେତ୍ରରେ ଏହାର ବ୍ୟତିକ୍ରମ ଦେଖାଦେଇଛି। ବର୍ଷାହେଲେ ଉକ୍ତ ରାସ୍ତା ବୁଡ଼ିଯାଉଥିବାରୁ ଛାତ୍ରୀଛାତ୍ର ଅଧିକାଂଶ ସମୟରେ ବିଦ୍ୟାଳୟକୁ ଆସିପାରୁନାହାନ୍ତି। ବିକାଶର ଶୀର୍ଷରେ ଯାଜପୁର ଜିଲା ଆଗେଇ ଚାଲିଛି। ତେବେ ଜିଲା ସଦରମହକୁମାରୁ ଏହି ରାସ୍ତାଟି ମାତ୍ର ୪ କି.ମି. ଦୂରତାରେ ହୋଇଥିବାବେଳେ ଜିଲା ପ୍ରଶାସନ କିମ୍ବା ବ୍ଲକ୍‌ ପ୍ରଶାସନର ଦୃଷ୍ଟି ପଡୁ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ରାସ୍ତାଦେଇ ଧମଧଡ଼ା ଗ୍ରାମବାସୀ ମୁଖ୍ୟ ରାସ୍ତାକୁ ଆସୁଛନ୍ତି। ମାତ୍ର ରାସ୍ତାର ଏପରି ଅବସ୍ଥା ନେଇ ସେମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ତେଣୁ ତୁରନ୍ତ ଉକ୍ତ ରାସ୍ତା ମରାମତି ଦିଗରେ ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri