କୁମ୍ଭାରୀଗାଁ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ପାଣି କାଦୁଅ ଭର୍ତ୍ତି: ଲୋକେ ହନ୍ତସନ୍ତ

ବ୍ରାହ୍ମଣୀଗାଁ,୩୦ା୫ (ମନୋରଞ୍ଜନ ରଣା):ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ଜଣାଶୁଣା କୁମ୍ଭାରୀଗାଁକୁ ଭଲ ରାସ୍ତା ଖଣ୍ଡେ ନାହିଁ। ୧୧ଟି ୱାର୍ଡ଼କୁ ନେଇ ଏହି ପଞ୍ଚାୟତ ଗଠିତ ଥିବା ବେଳେ ଏହାର ଜନ ସଂଖ୍ୟା ପ୍ରାୟ ୫ ହଜାରରୁ ଅଧିକ ରହିଥିବା ଜଣାପଡ଼ିଛି। କୁମ୍ଭାରୀଗାଁ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଏବେ ପାଣି କାଦୁଅ ଭର୍ତ୍ତି ହୋଇ ରହିଛି । ଯାହା ପୂର୍ତ୍ତ ବିଭାଗ ରାସ୍ତାରୁ ପ୍ରାୟ ୨ କି.ମି ହେବ। ଗାଁକୁ ଭଲ ରାସ୍ତା ନ ଥିବାରୁ ବର୍ଷା ହେଲେ କାଦୁଅ ଭରା ରାସ୍ତା ଦେଇ ଗର୍ଭବତୀ ଓ ରୋଗୀଙ୍କୁ ରାତି ଅଧରେ ଜରୁରୀ କାଳୀନ ସେବା ପାଇଁ ସମ୍ପର୍କୀୟ ମାନେ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇବାରେ ବହୁ ଅସୁବିଧାର ସମୁଖୀନ ହେଉଛନ୍ତି। ଏହି ରାସ୍ତା ଦେଇ ସ୍କୁଲ କଲେଜ ପିଲା ଯିବା ଆସିବା କରନ୍ତି। ରାସ୍ତାର ମଝିରେ ଖାଲ ଢିପ ଥିବା ବେଳେ ଅଧିକାଂଶ ଜାଗାରେ ପିଚୁ ସବୁ ବାହାରି କାଦୁଅ ସର୍‌ସର୍‌ ହୋଇଛି । ଦୁଇ ଚକିଆ ଯାନ ଠାରୁ ଆରମ୍ଭ କରି ଚାରି ଚକିଆ ଯାନ ବି ଠିକ ସେ ଯାତାୟାତ କରିହେଉ ନାହିଁ। ଏପରିକି ଯେ ନିତିଦିନିଆ ଛୋଟ ବଡ଼ ଦୁର୍ଘଟଣାର ଶିକାର ହେବାର ନଜିର ରହିଛି। ବର୍ଷା ଦିନରେ ପିଡିଏସ୍‌ ଚାଉଳ ଗାଡ଼ି ଦବି ଯାଇ ଠିକ ସମୟରେ ଲୋକଙ୍କ ପାଖରେ ପହଞ୍ଚିପାରୁ ନାହିଁ। ଦୁର୍ଗମ ଅଞ୍ଚଳରେ ଏଭଳି ସମସ୍ୟାର ଅଭିଯୋଗ ପରେ ବି ସମାଧାନ ପାଇଁ ଜିଲା ପ୍ରଶାସନ କୌଣସି ପଦକ୍ଷେପ ନେଉନାହାନ୍ତି। ଉକ୍ତ ପଞ୍ଚାୟତରେ ବିଭିନ୍ନ ସରକାରୀ ଯୋଜନାରେ କାର୍ଯ୍ୟକାରୀ କରାଯାଉଥିଲେ ମଧ୍ୟ ସବୁଦିନିଆ ଭଲ ରାସ୍ତା ନ ଥିବାରୁ ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଏହି ପଞ୍ଚାୟତର ଅନେକ ଗ୍ରାମ ଅଛି ଯାହା ଏ ପର୍ଯ୍ୟନ୍ତ ପକ୍କା ରାସ୍ତା ଟିଏ ବି ନାହିଁ। ଏଠାକୁ ବ୍ଲକରୁ ଆରମ୍ଭ କରି ଜଲା ପ୍ରଶାସନର ବଡ଼ବଡ଼ ଅଧିକାରୀ ମାନେ ଆସନ୍ତି ହେଲେ ଗ୍ରାମବାସୀମାନେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଅଭିଯୋଗ ପରେ ବି କାହାରି ନ ଜର ରାସ୍ତା ଉପରେ ପଡ଼ୁନାହିଁ। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ନୂତନ ରାସ୍ତା ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
((ଫଟୋ))

 


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri