କୁମ୍ଭାରୀଗାଁ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ପାଣି କାଦୁଅ ଭର୍ତ୍ତି: ଲୋକେ ହନ୍ତସନ୍ତ

ବ୍ରାହ୍ମଣୀଗାଁ,୩୦ା୫ (ମନୋରଞ୍ଜନ ରଣା):ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ଜଣାଶୁଣା କୁମ୍ଭାରୀଗାଁକୁ ଭଲ ରାସ୍ତା ଖଣ୍ଡେ ନାହିଁ। ୧୧ଟି ୱାର୍ଡ଼କୁ ନେଇ ଏହି ପଞ୍ଚାୟତ ଗଠିତ ଥିବା ବେଳେ ଏହାର ଜନ ସଂଖ୍ୟା ପ୍ରାୟ ୫ ହଜାରରୁ ଅଧିକ ରହିଥିବା ଜଣାପଡ଼ିଛି। କୁମ୍ଭାରୀଗାଁ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ଏବେ ପାଣି କାଦୁଅ ଭର୍ତ୍ତି ହୋଇ ରହିଛି । ଯାହା ପୂର୍ତ୍ତ ବିଭାଗ ରାସ୍ତାରୁ ପ୍ରାୟ ୨ କି.ମି ହେବ। ଗାଁକୁ ଭଲ ରାସ୍ତା ନ ଥିବାରୁ ବର୍ଷା ହେଲେ କାଦୁଅ ଭରା ରାସ୍ତା ଦେଇ ଗର୍ଭବତୀ ଓ ରୋଗୀଙ୍କୁ ରାତି ଅଧରେ ଜରୁରୀ କାଳୀନ ସେବା ପାଇଁ ସମ୍ପର୍କୀୟ ମାନେ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇବାରେ ବହୁ ଅସୁବିଧାର ସମୁଖୀନ ହେଉଛନ୍ତି। ଏହି ରାସ୍ତା ଦେଇ ସ୍କୁଲ କଲେଜ ପିଲା ଯିବା ଆସିବା କରନ୍ତି। ରାସ୍ତାର ମଝିରେ ଖାଲ ଢିପ ଥିବା ବେଳେ ଅଧିକାଂଶ ଜାଗାରେ ପିଚୁ ସବୁ ବାହାରି କାଦୁଅ ସର୍‌ସର୍‌ ହୋଇଛି । ଦୁଇ ଚକିଆ ଯାନ ଠାରୁ ଆରମ୍ଭ କରି ଚାରି ଚକିଆ ଯାନ ବି ଠିକ ସେ ଯାତାୟାତ କରିହେଉ ନାହିଁ। ଏପରିକି ଯେ ନିତିଦିନିଆ ଛୋଟ ବଡ଼ ଦୁର୍ଘଟଣାର ଶିକାର ହେବାର ନଜିର ରହିଛି। ବର୍ଷା ଦିନରେ ପିଡିଏସ୍‌ ଚାଉଳ ଗାଡ଼ି ଦବି ଯାଇ ଠିକ ସମୟରେ ଲୋକଙ୍କ ପାଖରେ ପହଞ୍ଚିପାରୁ ନାହିଁ। ଦୁର୍ଗମ ଅଞ୍ଚଳରେ ଏଭଳି ସମସ୍ୟାର ଅଭିଯୋଗ ପରେ ବି ସମାଧାନ ପାଇଁ ଜିଲା ପ୍ରଶାସନ କୌଣସି ପଦକ୍ଷେପ ନେଉନାହାନ୍ତି। ଉକ୍ତ ପଞ୍ଚାୟତରେ ବିଭିନ୍ନ ସରକାରୀ ଯୋଜନାରେ କାର୍ଯ୍ୟକାରୀ କରାଯାଉଥିଲେ ମଧ୍ୟ ସବୁଦିନିଆ ଭଲ ରାସ୍ତା ନ ଥିବାରୁ ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଏହି ପଞ୍ଚାୟତର ଅନେକ ଗ୍ରାମ ଅଛି ଯାହା ଏ ପର୍ଯ୍ୟନ୍ତ ପକ୍କା ରାସ୍ତା ଟିଏ ବି ନାହିଁ। ଏଠାକୁ ବ୍ଲକରୁ ଆରମ୍ଭ କରି ଜଲା ପ୍ରଶାସନର ବଡ଼ବଡ଼ ଅଧିକାରୀ ମାନେ ଆସନ୍ତି ହେଲେ ଗ୍ରାମବାସୀମାନେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଅଭିଯୋଗ ପରେ ବି କାହାରି ନ ଜର ରାସ୍ତା ଉପରେ ପଡ଼ୁନାହିଁ। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ନୂତନ ରାସ୍ତା ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
((ଫଟୋ))

 


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri