ନୟାଗଡ଼ ବଜାରରୁ କଲେଜ ରାସ୍ତା ମରଣଯନ୍ତା

ନୟାଗଡ ଅଫିସ,୨୭।୧୦: ନୟାଗଡ ନାଉଖାଲ ୨୧ ନଂ ରାଜ୍ୟ ରାଜପଥର ନୟାଗଡ ଟ୍ରାଫିକ ଛକ ଠାରୁ ନୟାଗଡ ସ୍ବୟଂ ଶାସିତ ମହାବିଦ୍ୟାଳୟ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ପୂର୍ତ୍ତ ବିଭାଗର ଏହି ୨ କିମି ରାସ୍ତା ଦଶହରା ସମୟରେ ବି ମରାମତି କରାଯାଇ ନ ଥିଲା। ଏହି ରାସ୍ତାରେ ଛୋଟ ବଡ ଖାଲ ସଂଖ୍ୟା ବଢ଼ୁଥିବାବେଳେ ଦୁର୍ଘଟଣା ବଢ଼ି ଚାଲିଛି। ୩୪ ଦିନ ମଧ୍ୟରେ ୪୭ଟି ଦୁର୍ଘଟଣା ଘଟି ସାରିଲାଣି। ଏ ନେଇ ସାଧାରଣରେ ଅସନ୍ତୋଷ ଓ କ୍ଷୋଭ ପ୍ରକାଶ ପାଇ ଆସୁଛି। ତେବେ ଗତ ୮ ତାରିଖରେ ଧରିତ୍ରୀରେ ଖବର ପ୍ରକାଶନ ପରେ ରାସ୍ତାକୁ ତରବରିଆ ମରାମତି କରାଯାଇଥିଲା। ଯାହାକି କାମଚଳା ମରାମତି। ଏହା ପରେ ଆଉ ପିଚୁ କରାଗଲାନି। ତେବେ କାମଚଳା ମରାମତିର ମେଟାଲ ଓ ଟେକା ଯାନବାହାନ ଚକରେ ଛିଟିକି ଲୋକ ଓ ଦୋକାନରେ ପଡୁଛି। ୭ ଦିନ ମଧ୍ୟରେ ଟେକା ବାଜି ୧୧ଜଣ ଆହତ ହୋଇଥିବା ଜଣାପଡିଛି। ଅପରପକ୍ଷେ ଟ୍ରାଫିକ ଛକ ନିକଟରେ ରାସ୍ତା ୧ରୁ ୨ ଫୁଟ ଖାଲ ହେବା ପରେ କିଛି ଲେମ୍ବୁ ବ୍ୟବସାୟୀ ନିଜର ବ୍ୟବସାୟ ପାଇଁ ରାସ୍ତାକୁ ଇଟାରେ ପୋତିଛନ୍ତି। ଏହାଦ୍ୱାରା ଖାଲଖମାରେ ପଡୁଥିବା ଲୋକ ରକ୍ଷା ପାଇଛନ୍ତି। ତେବେ ପ୍ରଶ୍ନ ଉଠୁଛି ରାଜ୍ୟ ରାଜପଥର ମରାମତି ପାଇଁ କାହିଁକି ପୂର୍ତ୍ତ ବିଭାଗ ଅଣଦେଖା କରି ଆସୁଛି। ରାସ୍ତା ମରାମତି ନ ହେଲେ ଯୁବଗୋଷ୍ଠୀ ପକ୍ଷରୁ ଧାରଣା ଦିଆଯିବ ବୋଲି ସଞ୍ଜୟ ସାହୁ ନାମକ ଜଣେ ଯୁବକ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri