ରାସ୍ତା ପାଲଟିଛି ମରଣଯନ୍ତା

ପ୍ରୀତିପୁର,୧୪ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ଫଳପୁର ଆର୍‌ଡି ରାସ୍ତାଠାରୁ ଅଣ୍ଡାଳୋ ଓ ବଳଭଦ୍ରପୁର ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ଦୂରବସ୍ଥା ଜଣେ ନ ଦେଖିଲେ ବିଶ୍ୱାସ କରିପାରିବେନାହିଁ। ରାସ୍ତା ଏଭଳି ଜରାଜୀର୍ଣ୍ଣ ହୋଇପଡିଛି ଯେ, ଲୋକେ ଚାଲିକି ଗଲେ ବି ଖଣ୍ଡିଆ ଖାବରା ହେଉଛନ୍ତି। ପ୍ରତିଦିନ ଗାଡ଼ିମୋଟର ଦୁର୍ଘଟଣା ହେଉଛି। ଏହା ଏକ ଅଣଚଉଡ଼ା ରାସ୍ତା। ଏବେ ଗଁାକୁ ପାନୀୟ ଜଳ ପ୍ରକଳ୍ପ ପାଇଁ ପାଇପ୍‌ ବିଛା ଯାଉଥିବାରୁ କଂକ୍ରିଟ ରାସ୍ତାକୁ ଠିକାଦାର ଭାଙ୍ଗି ନଷ୍ଟ କରିଦେଇଛନ୍ତି। ଫଳରେ ଏହି ଗ୍ରାମରେ ବସବାସ କରୁଥିବା ଦୁଇ ଶହରୁ ଅଧିକ ପରିବାର ଗମନାଗମନ କ୍ଷେତ୍ରରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛୋଟ ପିଲାମାନେ ଦୁର୍ଘଟଣା ଭୟରେ ସ୍କୁଲକୁ ଯିବା ବନ୍ଦ କରିଦେଇଛନ୍ତି। ଗମନାଗମନ ବିକଳ୍ପ ରାସ୍ତା ନ ଥିବାରୁ ଏହି ଜରାଜୀର୍ଣ୍ଣ କଂକ୍ରିଟ ରାସ୍ତାରେ ଚାଲିବା ଲୋକଙ୍କ ପାଇଁ ବହୁତ କଷ୍ଟକର ହେଉଛି। ଠିକାଦାର ଅତି ନିମ୍ନମାନର କାର୍ଯ୍ୟ କରିବା ଯୋଗୁ ରାସ୍ତାର ସ୍ଥାୟିତ୍ୱ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେଣୁ ରାସ୍ତାର ପୁନଃ ନିର୍ମାଣ ନିମନ୍ତେ ଜିଲାପାଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ଗ୍ରାମର କୈଳାସ ମଳିକ, ପ୍ରତାପ ମଳିକ, ରବୀନ୍ଦ୍ର ପଣ୍ଡା, ବିଜୟ ମଳିକ, ଅମୂଲ୍ୟ ବଳ, ତପନ ପଣ୍ଡା, ସୁଧାକର ମଳିକ, ଇନ୍ଦ୍ରମଣି ମଳିକ, ମଳୟ ପଣ୍ଡା, ଘନଶ୍ୟାମ ମଳିକ ଓ କାହ୍ନୁ ମଳିକ ପ୍ରମୁଖ ଦାବିପତ୍ର ପ୍ରଦାନ କରିଛନ୍ତି। ଯଦି ରାସ୍ତା ପୁନଃ ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହୁଏ, ତେବେ ଗ୍ରାମବାସୀ ରାଜରାସ୍ତାକୁ ଓଲ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri