ବ୍ଲକ ଅଧ୍ୟକ୍ଷଙ୍କ ପଞ୍ଚାୟତରେ ରାସ୍ତା ଦୟନୀୟ

ଭଞ୍ଜନଗର,୧୨।୧୦(ଡି.ଏନ.ଏ): ଭଞ୍ଜନଗର ଅଞ୍ଚଳରେ ଗତ ୫ଦିନ ହେବ ତୁହାକୁ ତୁହା ବର୍ଷା ହେଉଛି। ଏହାଦ୍ୱାରା ଲୋକେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମଙ୍ଗଳବାର ଅପରାହ୍ନରେ ଭଞ୍ଜନଗର ଅଞ୍ଚଳରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ବର୍ଷା ଯୋଗୁ ବିଜୁଳି ଲୁଚକାଳି ଖେଳୁଛି। ଅନ୍ୟପଟେ ମାଟି ରାସ୍ତାରେ ଲୋକେ ଯାତାୟତ କରିବା ସମୟରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକଙ୍କ ବାଇବାଲି ପଞ୍ଚାୟତର ବରଗଁା ମହୁଲପଲ୍ଲୀ,କୋଳିସାହି, ସଲପଗୁଡ଼ା, ବରଗଁା, ବେଣିଆପଲ୍ଲୀ, ଚାଞ୍ଚରାଗଡ଼ ସମେତ ଅନେକ ଗ୍ରାମ ରାସ୍ତା ଶୋଚନୀୟ ହୋଇ ପଡ଼ିଛି। ବର୍ଷା ସମୟରେ ଉକ୍ତ ଅଞ୍ଚଳବାସୀ ଗମନାଗମନରେ ବହୁ ଅସୁବିଧା ଭୋଗୁଛନ୍ତି। ପ୍ରଶାସନ ଉକ୍ତ ରାସ୍ତାର ବିକାଶ ପ୍ରତି ବିଶେଷ ଧ୍ୟାନ ଦେଉ ନ ଥିବା ସମ୍ପୃକ୍ତ ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ ବିଜେଡି ଏଠାରୁ ଅଧ୍ୟକ୍ଷ ପଦବୀ ଦେଇଥିଲା । କିନ୍ତୁ ପ୍ରଶାସନ ପଞ୍ଚାୟତର ବିକାଶ ପ୍ରତି ଯେତିକି ଦୃଷ୍ଟି ଦେବାକଥା ଦେଉନାହିଁ। ବରଗଁାରେ ୫୦ରୁ ଉର୍ଦ୍ଧ୍ୱ ପରିବାର ବସବାସ କରୁଛନ୍ତି । ବର୍ଷା ଦିନେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯିବା ସମୟରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ପ୍ରଶାସନ ଲୋକଙ୍କ ସମସ୍ୟା ପ୍ରତି ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାପାଇଁ ଗ୍ରାମବାସୀ ଦାବି କରିଛନ୍ତି । ଏ ନେଇ ବ୍ଲକ ସହକାରୀ ନିର୍ବାହୀଯନ୍ତ୍ରୀ ଶ୍ୟାମଘନ ପ୍ରଧାନଙ୍କୁ ପଚାରିବାରେ ସେ କହିଛନ୍ତି, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କିଛି ମାଟି ରାସ୍ତାର ଉନ୍ନତୀକରଣ ପାଇଁ ଗତ ସପ୍ତାହରେ ଅନୁମୋଦନ ମିଳିଛି । ସେଥିରେ ଉକ୍ତ ପଞ୍ଚାୟତର ରାସ୍ତା ଥିଲେ ମରାମତି ହେବ । ୧୦ମାସ ହେଲା କଂକ୍ରିଟ୍‌ ରୋଡ଼ ପାଇଁ ଅନୁଦାନ ଆସିନାହିଁ । ପୁରୁଣା ଟଙ୍କା ଯେଉଁ ପଞ୍ଚାୟତରେ ଥିଲା ତାହାର କାମ କରାଯାଉଛି। ଲୋକଙ୍କ ଗମନାଗମନ ସୁବିଧା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଉଛି ବୋଲି ପ୍ରଧାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri