ମୁଣ୍ଡିଗୁଡ଼ା-ଆମ୍ବଗାଁ ରାସ୍ତା ମରଣଯନ୍ତା

ଡାବୁଗାଁ,୨୦ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡାଖୁଣ୍ଟା ପଞ୍ଚାୟତ ମୁଣ୍ଡିଗୁଡା ଗ୍ରାମ ଛକରୁ ଆମ୍ବଗାଁ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା। ଦୈନିକ ହଜାର ହଜାର ଗାଡ଼ି ଏହି ରାସ୍ତା ଦେଇ ଯାତାୟାତ କରୁଛି। ଯାତ୍ରୀମାନଙ୍କ ଧନଜୀବନ ନଷ୍ଟ ହେବାର ଆଶଙ୍କା ରହିଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି।
ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ତିଆରି ହୋଇଥିବା ମୁଣ୍ଡିଗୁଡାରୁ ଆମ୍ବଗାଁ ଛକ ପର୍ଯ୍ୟନ୍ତ ୩ କି.ମି. ରାସ୍ତା ଖାଲଖମାରେ ପରିପୂର୍ଣ୍ଣ। ଏହି ରାସ୍ତା ଦେଇ ଯାଉଥିବା ଲୋକେ ପ୍ରତ୍ୟେକ ଦିନ ଛୋଟ ବଡ଼ ଦୁର୍ଘଟଣାର ଶିକାର ହେଉଛନ୍ତି। ଉକ୍ତ ରାସ୍ତା ଦେଇ ଉମରକୋଟ-କୋଷାଗୁମୁଡା ଯାତ୍ରୀବାହୀ ବସ୍‌ ବିପଦସଙ୍କୁଳଭାବେ ଯାତାୟାତ କରୁଛି। କୌଣସି ସମୟରେ ମଧ୍ୟ ଯାତ୍ରୀଙ୍କ ଧନ ଜୀବନ ନଷ୍ଟ ହେବାର ସମ୍ଭାବନା ରହିଛି। ବର୍ଷାଦିନେ ଉକ୍ତ ରାସ୍ତାରେ ଗାଡି ଯିବା ଦୂରର କଥା ଲୋକେ ଚାଲିକରି ଯିବା ମଧ୍ୟ କଷ୍ଟକର ହୋଇପଡେ। ଛତିଶଗଡ଼ ରାଜ୍ୟର ବ୍ୟବସାୟିକ ପେଣ୍ଠସ୍ଥଳୀ ଜଗଦଲପୁରକୁ ଏହି ରାସ୍ତା ସଂଯୋଗ କରୁଛି। ବ୍ୟବସାୟୀମାନେ ଏହି ରାସ୍ତା ଦେଇ ଗଲେ ଅଳ୍ପ ଖର୍ଚ୍ଚରେ କମ୍‌ ସମୟରେ ପହଞ୍ଚତ୍ ପାରିବେ। ସେମାନେ ବିଶେଷ ଭାବେ ଏହି ରାସ୍ତା ଉପରେ ନିର୍ଭରଶୀଳ। ଜିଲାପାଳ ଓ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ ଦୃଷ୍ଟି ଦେଇ ସମସ୍ୟାର ଶୀଘ୍ର ସମାଧାନ କରାବାକୁ ସ୍ଥାନୀୟ ମୁଣ୍ଡିଗୁଡା, ଘୋଡାଖୁଣ୍ଟା, ଭାଲୁଡଙ୍ଗରୀ ଓ ଆମ୍ବଗାଁବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri