ମୁଣ୍ଡିଗୁଡ଼ା-ଆମ୍ବଗାଁ ରାସ୍ତା ମରଣଯନ୍ତା

ଡାବୁଗାଁ,୨୦ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡାଖୁଣ୍ଟା ପଞ୍ଚାୟତ ମୁଣ୍ଡିଗୁଡା ଗ୍ରାମ ଛକରୁ ଆମ୍ବଗାଁ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା। ଦୈନିକ ହଜାର ହଜାର ଗାଡ଼ି ଏହି ରାସ୍ତା ଦେଇ ଯାତାୟାତ କରୁଛି। ଯାତ୍ରୀମାନଙ୍କ ଧନଜୀବନ ନଷ୍ଟ ହେବାର ଆଶଙ୍କା ରହିଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି।
ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ତିଆରି ହୋଇଥିବା ମୁଣ୍ଡିଗୁଡାରୁ ଆମ୍ବଗାଁ ଛକ ପର୍ଯ୍ୟନ୍ତ ୩ କି.ମି. ରାସ୍ତା ଖାଲଖମାରେ ପରିପୂର୍ଣ୍ଣ। ଏହି ରାସ୍ତା ଦେଇ ଯାଉଥିବା ଲୋକେ ପ୍ରତ୍ୟେକ ଦିନ ଛୋଟ ବଡ଼ ଦୁର୍ଘଟଣାର ଶିକାର ହେଉଛନ୍ତି। ଉକ୍ତ ରାସ୍ତା ଦେଇ ଉମରକୋଟ-କୋଷାଗୁମୁଡା ଯାତ୍ରୀବାହୀ ବସ୍‌ ବିପଦସଙ୍କୁଳଭାବେ ଯାତାୟାତ କରୁଛି। କୌଣସି ସମୟରେ ମଧ୍ୟ ଯାତ୍ରୀଙ୍କ ଧନ ଜୀବନ ନଷ୍ଟ ହେବାର ସମ୍ଭାବନା ରହିଛି। ବର୍ଷାଦିନେ ଉକ୍ତ ରାସ୍ତାରେ ଗାଡି ଯିବା ଦୂରର କଥା ଲୋକେ ଚାଲିକରି ଯିବା ମଧ୍ୟ କଷ୍ଟକର ହୋଇପଡେ। ଛତିଶଗଡ଼ ରାଜ୍ୟର ବ୍ୟବସାୟିକ ପେଣ୍ଠସ୍ଥଳୀ ଜଗଦଲପୁରକୁ ଏହି ରାସ୍ତା ସଂଯୋଗ କରୁଛି। ବ୍ୟବସାୟୀମାନେ ଏହି ରାସ୍ତା ଦେଇ ଗଲେ ଅଳ୍ପ ଖର୍ଚ୍ଚରେ କମ୍‌ ସମୟରେ ପହଞ୍ଚତ୍ ପାରିବେ। ସେମାନେ ବିଶେଷ ଭାବେ ଏହି ରାସ୍ତା ଉପରେ ନିର୍ଭରଶୀଳ। ଜିଲାପାଳ ଓ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ ଦୃଷ୍ଟି ଦେଇ ସମସ୍ୟାର ଶୀଘ୍ର ସମାଧାନ କରାବାକୁ ସ୍ଥାନୀୟ ମୁଣ୍ଡିଗୁଡା, ଘୋଡାଖୁଣ୍ଟା, ଭାଲୁଡଙ୍ଗରୀ ଓ ଆମ୍ବଗାଁବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri