Posted inଭଦ୍ରକ

ରାସ୍ତାରୁ ମାଟି ଖୋଳି ରାସ୍ତାରେ ପକାଯାଉଛି

ପଦ୍ମପୁର,୧୫।୫(ଡି.ଏନ.ଏ.): ଭଦ୍ରକ-ପଦ୍ମପୁର ଭାୟା ଇଚ୍ଛାପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ରାସ୍ତା ମରାମତି ନଁାରେ ପ୍ରତିବର୍ଷ ପିଚୁ ଢଳେଇ ପଡୁଛି। ମାତ୍ର ୬ମାସ ନ ପୂରୁଣୁ ରାସ୍ତାରେ ଖାଲଖମା ଭର୍ତ୍ତି। ଠିକାଦାର ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁ ଏଭଳି ସମସ୍ୟା ଉପୁଜୁଥିବା ଅଭିଯୋଗ ହେଉଛି। ଭଦ୍ରକରୁ ବାସୁଦେବପୁର ଓ ଧାମରାକୁ ପ୍ରତ୍ୟେହ ହଜାର ହଜାର ଯାତ୍ରୀବାହୀ ଗାଡ଼ି ଓ ମାଲ ଗାଡ଼ି ଏହି ରାସ୍ତାରେ ଯାତାୟାତ କରୁଛି। ଜିଲାର ଏହା ଏକ ପ୍ରମୁଖ ରାସ୍ତା ହୋଇଥିଲେ ମଧ୍ୟ ପୂର୍ତ୍ତ ବିଭାଗ ସମ୍ପୂର୍ଣ୍ଣ ମରାମତି କରୁନାହିଁ। ସବୁଠାରୁ ବିପଦପୂର୍ଣ୍ଣ କପାଗଢ଼ିଆ ଛକରୁ ସାହାଡ଼ା ବଜାର ୧ କିଲୋମିଟରରୁ ଊର୍ଦ୍ଧ୍ୱ ଏହି ରାସ୍ତାର ମଝିରୁ ଫାଟିଯାଇ ଦୁଇପଟକୁ ଦବିଯାଇଛି। ସୃଷ୍ଟି ହୋଇଥିବା ଖାଲରେ ପଡ଼ି ପ୍ରତିଦିନ ଯାତ୍ରୀମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଧସିଯାଇଥିବା ଏହି ରାସ୍ତା ବର୍ଷ ବର୍ଷ ଧରି ଏମିତି ରହିଛି। ଏବେ ଏହାର ମରାମତି କରୁଥିବା ଠିକାଦାର ଗାର୍ଡୱାଲ ପାର୍ଶ୍ୱରୁ ଜେସିବିରେ ମାଟି ଖୋଳି ଆଣି ରାସ୍ତାରେ ପକାଉଥିବା ଦେଖିବାକୁ ମିଳିଛି। ଫଳରେ ରାସ୍ତାର ମୂଳ ଆଧାର ସମ୍ପୂର୍ଣ୍ଣ ଧୋଇଯିବା ସହ ଆଗାମୀ ବର୍ଷାରେ ଗାର୍ଡୱାଲ ସହ ଗଳି ପଡ଼ିବାର ଆଶଙ୍କା ରହିଛି। ଏନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ପାଣିଙ୍କୁ ପଚାରିବାରୁ ଭାଙ୍ଗିଯାଇଥିବା ରାସ୍ତା ତୁରନ୍ତ ମରାମତି କରିବା ସହ ରାସ୍ତାପାର୍ଶ୍ୱରୁ ମାଟି ଉଠାଇବା ବନ୍ଦ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

ପୋତିହେଲାଣି ଚୁଡ଼ାମଣି ଘାଟ ମୁହାଣ

ବାସୁଦେବପୁର,୧୧ା୪(ନାରାୟଣ ପ୍ରସାଦ ବାରିକ୍‌)ଚୁଡ଼ାମଣୀ ଘାଟ ପୋଲଠାରୁ ବଙ୍ଗୋପସାଗର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୩ କି.ମି.ରୁ ଊର୍ଦ୍ଧ୍ୱ ଅଙ୍କାବଙ୍କା ଗମେଈ ନଦୀ ପୋତି ହୋଇ ପଡ଼ିଲାଣି। ଫଳରେ...

ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର...

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri