ରାସ୍ତା ଶୋଚନୀୟ, ମରାମତି ଦାବି

ଧର୍ମଶାଳା, ୨୮।୧୦(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ  ଚୋରମୁହାଁ ପଞ୍ଚାୟତକୁ ସଂଯୋଗ କରୁଥିବା କେନାଲ ବନ୍ଧ ରାସ୍ତାବସ୍ଥା ଶୋଚନୀୟ ହୋଇପଡିଛି। ସେହି ରାସ୍ତାକୁ ମରାମତି କରାଯାଉ ନ ଥିବା ଯୋଗୁ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।  ଚୋରମୁହାଁ ଗ୍ରାମର ହଳଦିଆପଦା ସାହିରୁ ହନୁମାନ ମନ୍ଦିର ଛକ ପର୍ଯ୍ୟନ୍ତ ଏହି କେନାଲବନ୍ଧ ରାସ୍ତାକୁ ଜାରକା ଜଳସେଚନ ବିଭାଗ ପକ୍ଷରୁ ପିଚୁ କରାଯାଇଥିଲା। ହେଲେ ଠିକାଦାର ନିମ୍ନମାନର କାମ କରି ବିଲ୍‌ ଉଠାଇ ନେଇଥିଲେ। କାମ ସରିବାର ୧ ବର୍ଷ ପରେ ରାସ୍ତାରୁ ପିଚୁ ଉଠିବା ସହିତ ବିଭିନ୍ନ ସ୍ଥାନରେ ଖାଲ ସୃଷ୍ଟି ହୋଇଥିଲା। ଫଳରେ ଉକ୍ତ ରାସ୍ତା ଦେଇ ଯାତାୟତ କରୁଥିବା ଲୋକେ ପ୍ରତିଦିନ ଛୋଟ ବଡ଼ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ରାସ୍ତା ଦେଇ  ଚୋରମୁହାଁ, ବାଲିଗରି, ନରସିଂହପୁର, ବଡମଙ୍ଗଳପୁର ଓ ଭୁବନ ଅଞ୍ଚଳର ଲୋକମାନେ ଯାତାୟତ କରିଥାନ୍ତି। ହେଲେ ଦୀର୍ଘ ୫ ବର୍ଷ ହେଲା ଏହି ରାସ୍ତା ଏଭଳି ଶୋଚନୀୟ ହୋଇପଡିଥିବା ବେଳେ ସ୍ଥାନୀୟ ଜନପ୍ରତିନିଧି କିମ୍ବା ବିଭାଗୀୟ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ନ ଦେବା ନେଇ ସ୍ଥାନୀୟ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି। ତୁରନ୍ତ ଏ ସଂକ୍ରାନ୍ତରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri