କାଦୁଅରେ ରାସ୍ତା ପରିପୂର୍ଣ୍ଣ: ଯାତାୟାତ ବାଧାପ୍ରାପ୍ତ

ନାଉଗାଁ,୨୬ା୬ (ସୁଧା ବେହୁରା): ନାଉଗାଁ  ବ୍ଲକ ନରଣପୁର-ଚକୁଳିପଡ଼ା, ଦେଓପଡ଼ା-ତିରୁଣା, ନାଉଗାଁ -ଡାବରକୁ ସଂଯୋଗୀକରଣ ରାସ୍ତା ରହିଛି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ରାସ୍ତା ତଦାରଖ ଦାୟିତ୍ୱ ଗ୍ରାମ୍ୟ ଉନ୍ନୟନ ବିଭାଗ ଜଗତ୍‌ସିଂହପୁର ଅଧୀନରେ ରହିଛି। ଚଳିତ ଆର୍ଥତ୍କ ବର୍ଷରେ ବିଭାଗ ପକ୍ଷରୁ ଉକ୍ତ ରାସ୍ତାର ପୁନଃ ନିର୍ମାଣ ଓ ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି। ଉକ୍ତ କାର୍ଯ୍ୟ ଯୋଗୁ ଜନସାଧାରଣ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯିବା ସହ ୨ ପାର୍ଶ୍ୱରେ ମାଟି ପଡ଼ିଛି। ଅସରାଏ ବର୍ଷାରେ ମାଟି କାଦୁଅ ହୋଇ ବୋହିଆସି ରାସ୍ତାରେ ଜମା ହେଉଛି। ଫଳରେ ଯାନବାହନ ତ ଦୂରର କଥା ପାଦରେ ଚାଲି ଯିବା ମଧ୍ୟ କଷ୍ଟସାଧ୍ୟ ହୋଇପଡ଼ୁଛି। ଉକ୍ତ ରାସ୍ତା ଉପରେ ଡାବର, ତିରୁଣା, ନାଉଗାଁ  ଆଦି ପଞ୍ଚାୟତର ଲୋକେ ନିର୍ଭରଶୀଳ। ସେମାନେ ବିଭିନ୍ନ କାର୍ଯ୍ୟ ପାଇଁ ଏହି ରାସ୍ତା ଦେଇ ନାଉଗାଁ  ବ୍ଲକ ଓ ତହସିଲ କାର୍ଯ୍ୟାଳୟ, ପ୍ରାଣୀ ଚିକିତ୍ସା କେନ୍ଦ୍ର ଏବଂ ନାଉଗାଁ  ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥାନ୍ତି। ସେହିପରି ଛାତ୍ରୀଛାତ୍ର ଏହି ବାଟ ଦେଇ ସାଇକେଲ ଓ ଗାଡ଼ି ମାଧ୍ୟମରେ ସ୍ଥାନୀୟ ଜଗନ୍ନାଥ ମହାବିଦ୍ୟାଳୟ, ଶ୍ରୀ ମଉଳା ଭଣଜା ମହାବିଦ୍ୟାଳୟ ଓ ଅନ୍ୟାନ୍ୟ ବିଦ୍ୟାଳୟକୁ ଯାଇଥାନ୍ତି। ବର୍ଷାରେ ରାସ୍ତା କାଦୁଅ ହେଉଥିବାରୁ ପିଲାମାନେ ଘରୁ ବାହାରି ପାରୁନାହାନ୍ତି। ଏପରିକି ଯଦି କାହାର ଦେହ ଖରାପ ହୁଏ ତେବେ କୌଣସି ଗାଡ଼ି କିମ୍ବା ଆମ୍ବୁଲାନ୍ସ ଏହି ରାସ୍ତାରେ ଗାଁ  ମଧ୍ୟକୁ ଯାଇପାରିବ ନାହିଁ। ଆଗକୁ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ତା’ ପୂର୍ବରୁ ରାସ୍ତାରେ ଡଷ୍ଟ ବିଛା ନ ଗଲେ ଉକ୍ତ ପଞ୍ଚାୟତର ଲୋକେ ଅଧିକ ଅସୁବିଧାର ସମ୍ମୁଖୀନ ହେବେ। ଏନେଇ ତୁରନ୍ତ ପଦକ୍ଷେପ ନେବାକୁ ଉକ୍ତ ପଞ୍ଚାୟତର ଅଶୋକ ସ୍ବାଇଁ, ନିଗମାନନ୍ଦ ପରିଡ଼ା, ସଞ୍ଜୟ ସ୍ବାଇଁ, ନିକୁଞ୍ଜ ପରିଡ଼ା ପ୍ରମୁଖ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ରମାକାନ୍ତ ମିଶ୍ରଙ୍କୁ ପଚାରିବାରେ କାର୍ଯ୍ୟ କରୁଥିବା ଠିକାଦାରଙ୍କୁ ରାସ୍ତା ଉପରେ ଡଷ୍ଟ ବିଛାଇବା ଲାଗି କୁହାଯାଇଛି। ଯଥାଶୀଘ୍ର ଉକ୍ତ ରାସ୍ତା ଉପରେ ଡଷ୍ଟ ବିଛାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri