ଅଧା ରହିଗଲା ରାସ୍ତା ମରାମତି କାର୍ଯ୍ୟ

ରଗଡି,୨ା୯(ଯତିଶ କୁମାର ମଲ୍ଲିକ): ଗ୍ରାମ୍ୟ ନିର୍ମାଣ ବିଭାଗରେ ଅନିୟମିତତା ଓ ଅବହେଳା ପିଛା ଛାଡୁନାହିଁ। ରହସ୍ୟମୟ ଭାବେ ରାସ୍ତା ମରାମତି କାର୍ଯ୍ୟ ଅଧାରେ ରହି ଯାଉଛି। ୨୦ ନମ୍ବର ଜାତୀୟ ରାଜପଥର ରଗଡ଼ଠାରୁ କିଆପଦା ରାସ୍ତାର ସାମୟିକ ରକ୍ଷଣାବେକ୍ଷଣ କାର୍ଯ୍ୟ ନ ସରୁଣୁ ଠିକାଦାର ଫେରାର ହୋଇଯାଇଛନ୍ତି। ଏହି ଘଟଣାକୁ ୨ ବର୍ଷ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ବିଭାଗ ପକ୍ଷରୁ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏଥିରୁ ମରାମତି ପାଇଁ ଆବଣ୍ଟିତ ଅର୍ଥ ମିଳିମିଶି ଚଳୁ କରି ନିଆଯାଇଥିବା ଗ୍ରାମବାସୀ ସନ୍ଦେହ କରୁଛନ୍ତି। ସୂଚନା ଅନୁଯାୟୀ ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଅନ୍ଧାରୀ ପଞ୍ଚାୟତର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ୫.୫ କିଲୋମିଟର ପିଚୁ ରାସ୍ତା ମରାମତି ପାଇଁ ୬୨ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଏହି କାର୍ଯ୍ୟ ୧୨ା୧୧ା୨୦୨୦ରେ ଆରମ୍ଭ ହୋଇ ୧୧ା୫ା୨୦୨୧ରେ ଶେଷ କରିବାକୁ ଧାର୍ଯ୍ୟ ହୋଇଥିଲା। ଠିକାଦାର ରବିନାରାୟଣ ସେଠୀଙ୍କୁ ଏହି ମରାମତି କାର୍ଯ୍ୟ ଦାୟିତ୍ୱ ଦିଆଯାଇଥିଲା। ହେଲେ ଠିକାଦାର ୩.୫ କି.ମି. ପର୍ଯ୍ୟନ୍ତ ଅତି ନିମ୍ନମାନର କାମ କରି ଲକ୍ଷାଧିକ ଟଙ୍କା ଚଳୁ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି ଗ୍ରାମବାସୀ ତୀବ୍ର ବିରୋଧ କରିଥିଲେ। ଏହାପରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଗ୍ରାମବାସୀଙ୍କ ଉପସ୍ଥିତିରେ କାର୍ଯ୍ୟର ମାନ ପରଖିଥିଲେ। ମରାମତି ହୋଇଥିବା ୩.୫ କି.ମି. ରାସ୍ତା ସମ୍ପୂର୍ଣ୍ଣ ନିମ୍ନମାନର ହୋଇଥିବା ତଦନ୍ତରେ ଜଣାପଡ଼ିବା ପରେ କନିଷ୍ଠ ଯନ୍ତ୍ରୀ ବେହେରା ପୁନର୍ବାର କାର୍ଯ୍ୟ କରିବା ପାଇଁ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଯନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଅବମାନନା କରି ଠିକାଦାର ଜଣକ ଏଯାଏ ଆଉ ଫେରି ନାହାନ୍ତି। ଫଳରେ ରାସ୍ତାର ମରାମତି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ଗ୍ରାମବାସୀ ବିଭିନ୍ନ ମହଲରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ଅଧିକାରୀ ଏହାକୁ କର୍ଣ୍ଣପାତ କରୁନାହାନ୍ତି। ଏହି କାରଣରୁ ରାସ୍ତା ଉପରେ ନିର୍ଭରଶୀଳ ପ୍ରାୟ ୧୦ ଗ୍ରାମର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । କୋରାବନ୍ଦୀଠାରୁ ରଗଡ଼ିକୁ ବାକି ଥିବା ୧.୫ କିଲୋମିଟର ରାସ୍ତା ଏବେ ଖାଲଖମାରେ ପୂରିଯାଇ ସମ୍ପୂର୍ଣ୍ଣ ଭାବେ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏଥିପାଇଁ ଲୋକମାନେ ଦୁର୍ଘଟଣାରେ ଶିକାର ହେଉଛନ୍ତି। କୋରାବନ୍ଦୀ ଗ୍ରାମର କେତେଜଣ ଯୁବକ ମୋରମ ମାଟି ପକାଇ ସମତୁଲ କରିଛନ୍ତି। ହେଲେ ତାହା ପର୍ଯ୍ୟାପ୍ତ ହୋଇ ନ ଥିବାରୁ ରାସ୍ତାରେ ସୁରକ୍ଷିତ ଯାତାୟାତ ସମ୍ଭବ ହୋଇ ପାରୁନାହିଁ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?