କପାଳୀ ସେତୁ ରାସ୍ତା ଧସିଲା

ବନ୍ତ,୨୧।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଭଦ୍ରକ-ଆନନ୍ଦପୁର ୫୩ନଂ.ରାଜ୍ୟ ପଥର ଟିଲୋ କପାଳୀ ସେତୁ ମୁଣ୍ଡ ରାସ୍ତା ଗୁରବାର ଧସି ଯାଇଛି ା ଉଲ୍ଲେଖଯୋଗ୍ୟ ଯେ, ୨ ବର୍ଷ ତଳେ ଏହି ସେତୁର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨ ମାସ ହେବ ସରିଛି ା ଏବେ ଉକ୍ତ ସେତୁ ଉପରେ ଯାତାୟାତ ହେଉଛି ା ନିର୍ମାଣ କାର୍ଯ୍ୟବେଳେ ସେତୁ ଦୁଇ ମୁଣ୍ଡ ରାସ୍ତା ପାର୍ଶ୍ୱରେ ପ୍ରୋଟେକ୍ସନ୍‌ ୱାଲ ତିଆରି କରାଯାଇ ନ ଥିଲା ା ବାଉଁଶ ବାଡ଼ା ଦ୍ୱାରା ରାସ୍ତା ନିର୍ମାଣ କରାଯାଇଥିଲା। ଗତ ଦୁଇ ଦିନ ଧରି ଲଘୁଚାପ ବର୍ଷା ପ୍ରଭାବରେ ସେତୁ ମୁଣ୍ଡ ରାସ୍ତା ଧସି ଯାଇଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ରାସ୍ତା ଉପରେ ଯାତାୟାତ କରିବା ପାଇଁ ଲୋକେ ଭୟ କରୁଛନ୍ତି ା ଅପରପକ୍ଷେ ଠିକ୍‌ ସ୍ଥାନରେ ସେତୁ ନିର୍ମାଣ ହୋଇ ନ ଥିବାରୁ ଟିଲୋ ହରିଜନ ସାହି ବନ୍ୟାଜଳରେ ପ୍ରଭାବିତ ହେବ ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି ା ଏ ସମ୍ପର୍କରେ ନିର୍ମାଣକାରୀ ସଂସ୍ଥାର ସାଇଡ୍‌ ଇଞ୍ଜିନୟର ଅଶୋକ କୁମାର ସେଠୀଙ୍କୁ ପଚାରିବାରୁ ବାକିଥିବା କାମ ସମ୍ପୂର୍ଣ୍ଣ କରାଯିବ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri