ଉପାନ୍ତ ଦେଇ କେନ୍ଦୁଝରକୁ ଫିଟିବ ବାଟ

ଢେଙ୍କାନାଳ ଅଫିସ, ୮।୭ ଢେଙ୍କାନାଳ ଜିଲାର କଙ୍କଡ଼ାହାଡ଼ ବ୍ଲକର ଉପାନ୍ତ ଅଞ୍ଚଳ ଦେଇ କେନ୍ଦୁଝରକୁ ପକ୍କାସଡ଼କ ନିର୍ମାଣ ହେବ। ଏଥିଲାଗି ପୂର୍ତ୍ତ ବିଭାଗ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବ ଅନୁମୋଦିତ ହେବା ପରେ ଖୁବ୍‌ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏହି ପ୍ରକଳ୍ପ ପୂର୍ଣ୍ଣାଙ୍ଗ ରୂପ ନେଲେ ଜିଲାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୂରଣ ହେବ। ଢେଙ୍କାନାଳ ସଦରରୁ କେନ୍ଦୁଝରକୁ ହାରାହାରି ୩୫ କିମି ଦୂରତା କମିଯିବ।
ଏବେ ଢେଙ୍କାନାଳରୁ କେନ୍ଦୁଝର ଯିବାକୁ ହେଲେ କାମାକ୍ଷାନଗର-ପରଜଙ୍ଗ-ଡିହଡୋଳ-ମହାବିରୋଡ଼-ତେଲକୋଇ ଦେଇ ରାସ୍ତା ରହିଛି। ଏହାର ଦୂରତା ୧୬୦ କିମି। ରାଜ୍ୟ ସଡ଼କ ପରିବହନ ବିଭାଗ ପକ୍ଷରୁ ଏକ ସରକାରୀ ବସ୍‌ ଭୁବନେଶ୍ୱରରୁ ଦୈନିକ ଏହି ରାସ୍ତା ଦେଇ ଯାତାୟାତ କରୁଛି। ତେବେ ଘଞ୍ଚ ଜଙ୍ଗଲ ଦେଇ ଯାଉଥିବା ଉକ୍ତ କଦର୍ଯ୍ୟ ରାସ୍ତାରେ ଯାତ୍ରୀ ପରିବହନ ସୁଗମ ହୋଇପାରୁନାହିଁ। ପ୍ରସ୍ତାବିତ ରାସ୍ତା ଢେଙ୍କାନାଳ ସଦର ମହକୁମାରୁ କାମାକ୍ଷାନଗର, କଙ୍କଡ଼ାହାଡ଼, ଦଣ୍ଡାଧର, ସୀମାନ୍ତ ରେକୁଟି ଚେକ୍‌ଗେଟ୍‌ ଦେଇ କେନ୍ଦୁଝରକୁ ସଂଯୋଗ କରିବ। ଏହାର ଦୂରତା ୧୨୫ କିମି। ନୂତନ ରାସ୍ତାରେ ପାଖାପାଖି ୩୫ କିମି କମ୍‌ ପଡ଼ିବ। ଏହା ଦ୍ୱାରା ଦୁଇ ଜିଲା ମଧ୍ୟମରେ ବାଣିଜ୍ୟ ବ୍ୟବସାୟ ବଢ଼ିବ। ପ୍ରକଳ୍ପକୁ ସାକାର ରୂପ ଦେବାକୁ ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଉଭୟ ଜିଲାର ଯନ୍ତ୍ରୀଙ୍କୁ ନେଇ ରାସ୍ତାର ଭିତ୍ତିଭୂମି ଅନୁଧ୍ୟାନ କରିଛନ୍ତି। ପ୍ରଶାସନିକ ଅଧିକାରୀ, ଯନ୍ତ୍ରୀଙ୍କ ସହ ଆଲୋଚନା କରିବାପରେ ଏ ସଂକ୍ରାନ୍ତ ପ୍ରସ୍ତାବ ସରକାରଙ୍କୁ ଦିଆଯାଇଥିବା ଜଣାପଡ଼ିଛି।
ଏ ନେଇ ନିର୍ବାହୀଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ କୁହନ୍ତି, ପ୍ରସ୍ତାବ ଅନୁମୋଦିତ ହେବା ପରେ ଢେଙ୍କାନାଳ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲା ସୀମାନ୍ତ ରେକୁଟି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେବ। ସେଠାରୁ କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣ କରିବା ପାଇଁ ନିଷ୍ପତ୍ତି ହୋଇଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?