ସିଙ୍ଗାରି ଘାଟି ରାସ୍ତା ମରଣଯନ୍ତା: ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଲାଞ୍ଜିଗଡ଼ ବିଧାୟକ

ଥୁଆମୂଳ ରାମପୁର,୨୩ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଜୀବନରେଖା କୁହାଯାଉଥିବା ସିଙ୍ଗାରି ଘାଟି ରାସ୍ତାର ଅବସ୍ଥା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। କଲମପୁର ଛକଠାରୁ ଥୁଆମୂଳ ରାମପୁରକୁ ସଂଯୋଗ କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାଟି ଏବେ ମରଣଯନ୍ତା ପାଲଟିଥିବାରୁ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀ ଉଦ୍‌ବେଗ ପ୍ରକାଶ କରିବା ସହ ରାସ୍ତାର ତୁରନ୍ତ ସଂସ୍କାର ପାଇଁ ରାଜ୍ୟ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ, ଥୁଆମୂଳ ରାମପୁରରୁ ଭବାନୀପାଟଣାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ସନ୍ଧ୍ୟା ପରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହେଉଥିବା ବେଳେ ସିଙ୍ଗାରି ଘାଟି ରାସ୍ତା ହିଁ ସ୍ଥାନୀୟ ଲୋକଙ୍କ ପାଇଁ ଦିନରାତି ଯାତାୟାତର ଏକମାତ୍ର ଭରସାଯୋଗ୍ୟ ମାଧ୍ୟମ ହୋଇଥାଏ। ବିଶେଷ କରି ଜରୁରୀକାଳିନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହି ରାସ୍ତାର ଗୁରୁତ୍ୱ ଅଧିକ ରହିଛି। ମାତ୍ର ଦୀର୍ଘଦିନ ଧରି ଏହାର ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତାଟି ବିପଦସଙ୍କୁଳ ହୋଇପଡ଼ିଛି। ଏହି ସମସ୍ୟାକୁ ଗୁରୁତ୍ୱ ସହ ନେଇ ବିଧାୟକ ପତ୍ର ସଂଖ୍ୟା ୦୮/ଏସି-୭୭ ଜରିଆରେ ମାନ୍ୟବର ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ସେ ନିଜ ପତ୍ରରେ ଦର୍ଶାଇଛନ୍ତି ଯେ, ତାଙ୍କ ନିର୍ବାଚନ ମଣ୍ଡଳୀର ଏହି ପ୍ରମୁଖ ରାସ୍ତାଟି ବର୍ତ୍ତମାନ ଅତି ଖରାପ ସ୍ଥିତିରେ ରହିଛି, ଯାହା ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଆବଶ୍ୟକୀୟ ପାଣ୍ଠି ମଞ୍ଜୁର କରିବା ସହ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ କରିବାକୁ ସେ ନିବେଦନ କରିଛନ୍ତି। ଏହି ପତ୍ରର ଏକକିତା ନକଲ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଏବଂ ଇଆଇସି (EIC)ଙ୍କ ନିକଟକୁ ମଧ୍ୟ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରେରଣ କରାଯାଇଛି। ବିଧାୟକଙ୍କ ଏହି ପଦକ୍ଷେପ ପରେ ଅଞ୍ଚଳବାସୀ ରାସ୍ତା କାମ ଶୀଘ୍ର ଆରମ୍ଭ ହେବା ନେଇ ଆଶା ବାନ୍ଧିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ…

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

ଏହି ବ୍ୟାଙ୍କ୍‌ ଖାତାରେ ଟଙ୍କା ଅଛି କି? ଡିସେମ୍ୱର ୧ରୁ ବଦଳିବ ନିୟମ, ଜାଣନ୍ତୁ ନଚେତ୍‌ ପସ୍ତେଇବେ

ନୂଆଦିଲ୍ଲୀ,୨୯।୧୦: ଆକ୍ସିସ ବ୍ୟାଙ୍କ (Axis Bank) ନିଜର କୋଟି କୋଟି ଖାତାଧାରୀଙ୍କ ପାଇଁ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ଏବେ ଆକାଉଣ୍ଟରେ କମ ଟଙ୍କା ରଖିବା, ନଗଦ…

ଧସିଲା ପାହାଡ଼: ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶୀର୍ଷରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ…

ଚତୁର୍ଥ ଟି-୨୦ରୁ ବୈଭବଙ୍କୁ ବାହାର କରିବାକୁ ପଡିବ? କାହିଁକି ଏପରି କହିଲେ ଅଶ୍ୱିନ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ପରବର୍ତ୍ତୀ ମୁକାବିଲା ଏବେ ଅକଲାଣ୍ଡରେ ଖେଳାଯିବ। ଶୁକ୍ରବାର, ଅକ୍ଟୋବର ୩୦ ତାରିଖରେ ଉଭୟ ଦଳ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?