ବୁଥ୍‌କୁ ଯିବା ରାସ୍ତା ଶୋଚନୀୟ

ସାଲେପୁର,୪।୪ (ଅରବିନ୍ଦ ଭୂୟଁା)ସାଲେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍‌ ୧ ତାରିଖରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ ସାଲେପୁର ବ୍ଲକ୍‌ର ବଲ୍ଲଭପୁର ପ୍ରାଥମିକ ବିଦ୍ୟାଳୟ ବୁଥ୍‌ ନଂ. ୨୨୩ରେ ବଲ୍ଲଭପୁର, ନଈଗୁଅଁା ଓ ବାଲିଆ ରାଜସ୍ବ ଗ୍ରାମର ପ୍ରାୟ ୧୨ଶହରୁ ଊର୍ଦ୍ଧ୍ୱ ଭୋଟର ମତଦାନ କରିବାକୁ ଆସିବେ। ଏହି ଭୋଟଗ୍ରହଣ କେନ୍ଦ୍ରକୁ ଯିବାପାଇଁ ୫ନଂ. କେନାଲ ବନ୍ଧ ରାସ୍ତା ଯାହାକି ଶିଶୁଆ-ମଢ଼ଙ୍ଗା ଭାୟା ଛାଣିପୁରକୁ ଅନ୍ତର୍ଭୁକ୍ତ କରାଯାଇ ୧୯।୯।୨୦୨୨ରୁ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥି ନିମନ୍ତେ ଠିକାଦାର ରୂପେ ଡିପିଏସ୍‌ କନ୍‌ଷ୍ଟ୍ରକ୍‌ସନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ କାର୍ଯ୍ୟ ଆରମ୍ଭ କରିଥିଲା। ଗ୍ରାମ୍ୟ ନିର୍ମାଣ ବିଭାଜନ-୧ ଅଧୀନରେ ହେଉଥିବା ଏହି କାର୍ଯ୍ୟର ଶେଷ ଅବଧି ୧୮ା୮ା୨୦୨୩ ରହିଥିବାବେଳେ ଉକ୍ତ ଠିକାଦାର ଫେବୃଆରୀ ୨୦୨୪ରୁ କାର୍ଯ୍ୟ ଅଧାପନ୍ତରିଆ ଭାବେ ପକାଇ ଛାଡି ପଳାଇ ଯାଇଛନ୍ତି। ବିଶେଷକରି ବଲ୍ଲଭପୁର ରାଜସ୍ବ ଗ୍ରାମ ନିକଟରେ ରାସ୍ତାଟିକୁ ବନ୍ଧର ମାଟି ତାଡ଼ି ଦିଆଯାଇଥିବାରୁ ଖାଲଖମା ସୃଷ୍ଟି ହୋଇଛି। ଫଳରେ ସମ୍ପୃକ୍ତ ରାସ୍ତାରେ ପାଦରେ ଚାଲି କରି ଯିବା ଅସମ୍ଭବ। ଏଥିପ୍ରତି ଗ୍ରାମ୍ୟ ନିର୍ମାଣ ବିଭାଜନ-୧ ଏଥିପ୍ରତି ଆଦୌ ଦୃଷ୍ଟି ଦେଉନାହିଁ ବୋଲି ଅଭିଯୋଗ ହେଉଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବଲ୍ଲଭପୁର ଭୋଟ ଗ୍ରହଣ କେନ୍ଦ୍ର ଭୋଟରଙ୍କ ବୃହତର ସ୍ବାର୍ଥକୁ ଦୃଷ୍ଟି ଦେବାର ଆବଶ୍ୟକତା ରହିଛି। ଏ ଦିଗରେ ଜିଲା ପ୍ରଶାସନ ବିଭାଗୀୟ ଅଧିକାରୀମାନେ ଦୃଷ୍ଟି ଦେଇ ଯୁଦ୍ଧକାଳୀନ ଭିତ୍ତିରେ ରାସ୍ତା କାର୍ଯ୍ୟ ସମ୍ପାଦନ କରିବାକୁ ପୂର୍ବତନ ଜିଲାପରିଷଦ ସଭ୍ୟ ଚିରଞ୍ଜନ ମହାନ୍ତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri