ନେତାଜୀ ବସ୍‌ ଟର୍ମିନାଲ ପାଇଁ ବାଟ ଫିଟିଲା

କଟକ ଅଫିସ,୧୬।୨: ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲକୁ ବିରୋଧ କରି ଦାୟର ହୋଇଥିବା ଦୁଇଟି ଜନସ୍ବାର୍ଥ ମାମଲା ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ମା’ ଶ୍ମଶାନ କାଳୀ ମନ୍ଦିର ଥିବା ଜମି ବ୍ୟତୀତ ଅନ୍ୟ ଜମି ଉପରେ ପୂର୍ବରୁ ଜାରି କରାଯାଇଥିବା ସ୍ଥିତାବସ୍ଥାକୁ ହାଇକୋର୍ଟ ଉଠାଇ ଦେଇଛନ୍ତି। ଫଳରେ ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣ ପାଇଁ ବାଟ ଫିଟିଛି। ସୂଚନାଯୋଗ୍ୟ, ପ୍ରସ୍ତାବିତ ଅଞ୍ଚଳରେ ଥିବା ହାଇସ୍କୁଲ, ପାର୍କ ଓ ବିଶ୍ୱନାଥ ପାଠାଗାର ସ୍ଥାନାନ୍ତରକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇବା ସହ ବିରୋଧର ସ୍ବର ଉଠିଥିଲା। ବସ୍‌ ଟର୍ମିନାଲକୁ ବିରୋଧ କରାଯାଇ ହାଇକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ତେବେ ସମ୍ପୃକ୍ତ ହାଇସ୍କୁଲ, ପାର୍କ ଓ ପାଠାଗାର ନିମନ୍ତେ ବିକଳ୍ପ ବ୍ୟବସ୍ଥା କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଆଡ୍‌ଭୋକେଟ ଜେନେରାଲ ସୋମବାର ହାଇକୋର୍ଟଙ୍କୁ ଜଣାଇଛନ୍ତି। ଏହାପରେ କୋର୍ଟ ତାଙ୍କ ରାୟରେ ପ୍ରସ୍ତାବିତ ବସ୍‌ ଟର୍ମିନାଲ ରାଜ୍ୟ ସରକାରଙ୍କ ନୀତିଗତ ନିଷ୍ପତ୍ତି ହୋଇଥିବାରୁ ଏଥିରେ ହସ୍ତକ୍ଷେପ କରିବାକୁ ମନା କରିଦେବା ସହ ଆଗତ ଦୁଇଟି ଜନସ୍ବାର୍ଥ ମାମଲାକୁ ଖାରଜ କରିଦେଇଛନ୍ତି। ତେବେ କାଳୀ ମନ୍ଦିର ଥିବା ଜମି ଉପରେ ପୂର୍ବଭଳି ସ୍ଥିତାବସ୍ଥା ବଜାୟ ରହିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ଏହି ଜମି ବିବାଦ ସଂକ୍ରାନ୍ତ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ମେ ମାସରେ ହେବ ବୋଲି ହାଇକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri