ରାସ୍ତା ପାଲଟିଲା ଜନସମୁଦ୍ର

ବାଲେଶ୍ୱର ଅଫିସ,  ୨୨।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୭ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟାର ଶୁକ୍ରବାର ଶେଷ ହୋଇଛି। ଶେଷ ଦିନରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ ଅଫିସ ଏମିତିକି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀମାନେ ବହୁ ସଂଖ୍ୟାରେ ନାମାଙ୍କନ ଦାଖଲ କରିଥିବା ଦେଖିବାକୁ ମିଳିଥିଲା। ତେବେ ଶେଷ ଦିନରେ ୱାର୍ଡ଼ସଭ୍ୟ, ସରପଞ୍ଚ ଓ ସମିତିସଭ୍ୟ ତୁଳନାରେ ଜିଲା ପରିଷଦ ସଦସ୍ୟ ପଦ ପାଇଁ ପ୍ରାର୍ଥୀଙ୍କ ନାମାଙ୍କନ ବେଶ ଗୁରୁତ୍ୱ ବହନ କରିଥିଲା। ଜିଲା ପରିଷଦ ସଭ୍ୟ ପଦ ପାଇଁ ଦଳୀୟ ଟିକେଟ ଆବଶ୍ୟକ ଥିବା ବେଳେ ନାମାଙ୍କନ ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ସମେତ ଦଳୀୟ ନେତା ଓ ସମର୍ଥକଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା। ଶେଷ ଦିନରେ ବିଭିନ୍ନ ଜିଲା ପରିଷଦ ଜୋନରେ ବିଜେଡି, ଭାଜପା, କଂଗ୍ରେସ, ସିପିଆଇ, ସିପିଏମ ଏମିତିକି ‘ଆପ’ ଦଳର ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିଥିଲେ। ପ୍ରାୟ ପ୍ରତ୍ୟେକ ଦଳର ପ୍ରାର୍ଥୀ ଦଳୀୟ ନେତା ଓ ସହଯୋଗୀଙ୍କ ଗହଣରେ ପଦଯାତ୍ରାରେ ଆସି ଉପଜିଲାପାଳଙ୍କଠାରେ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ପ୍ରାର୍ଥୀଙ୍କ ସମେତ କେବଳ ଜଣେ କିମ୍ବା ଦୁଇଜଣ ସମର୍ଥକ ଓ ପ୍ରସ୍ତାବକ ଯାଉଥିଲେ। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୁକ୍ତଙ୍କ ମାର୍ଗଦର୍ଶିକା ଅନୁସାରେ ପ୍ରାଶାସନ ଓ ପୋଲିସ ପକ୍ଷରୁ ବିହୀତ ପଦକ୍ଷେପ ନିଆଯାଇଥିଲେ ମଧ୍ୟ ଏହାକୁ ଦଳୀୟ ନେତା ଓ କର୍ମୀ ଭ୍ରୂକ୍ଷେପ କରି ନ ଥିଲେ। କୋଭିଡ କଟକଣା ସତ୍ତ୍ୱେ ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ଉପଜିଲାପାଳଙ୍କ ଅଫିସ ସମ୍ମୁଖ ରାସ୍ତା ଜନସମୁଦ୍ର ପାଲଟିଯାଇଥିଲା। ୨୨ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ, ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ୨୬ ତାରିଖରୁ ପ୍ରଚାରକୁ ଜୋରଦାର କରାଯିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?