ନିର୍ମାଣର ଦୁଇ ମାସ ନ ପୂରୁଣୁ ଦବିଲା ରାସ୍ତା

କୋକସରା,୨୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରାରୁ ଚିକିଲିକୁ ସଂଯୋଗୀକରଣ ପାଇଁ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ କରାଯାଇଥିଲା। କାର୍ଯ୍ୟ ସମ୍ପାଦନ ହୋଇ  ୨ ମାସ ହୋଇ ନ ଥିବା ବେଳେ ଅନେକ ସ୍ଥାନରେ ରାସ୍ତା ଦବି ଯାଇଥିବା ବେଳେ ରାସ୍ତାକଡରେ  ସୂଚନା ନିର୍ଦ୍ଦେଶ ପାଇଁ ରହିଥିବା ଖୁଣ୍ଟ ସବୁ ଭୁଶୁଡି ପଡ଼ିଛି।

ସୂଚନାନୁଯାୟୀ, ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ସୂଚନା ଫଳକ ଅନୁସାରେ ପ୍ୟାକେଜ ନମ୍ବର ଓଆର ୧୫/୪୯୪ ଅନୁସାରେ ୩.୨୦ କିମି ରାସ୍ତା ନିର୍ମାଣ ପାଇଁ ବିଭାଗୀୟ ଅଟକଳ ମୂଲ୍ୟ ୧ କୋଟି ୩୮ ଲକ୍ଷ ୧୦ ହଜାର ରହିଥିବା ବେଳେ କାର୍ଯ୍ୟ ସମ୍ପାଦନ କରିବାକୁ ଜ୍ୟୋତିର୍ମୟୀ ସିଂ ଏ ଶ୍ରେଣୀ ଭୁକ୍ତ ଠିକାଦାରଙ୍କୁ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଟେଣ୍ଡର ମିଳିଥିଲା। ରାସ୍ତା କାର୍ଯ୍ୟ ସମ୍ପାଦନ ପାଇଁ ୨୪/୮/୨୨ ରୁ ୨୩/୦୫/୨୩ ପର୍ଯ୍ୟନ୍ତ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବିଭାଗୀୟ ନିର୍ଦ୍ଦେଶ ରହିଥିଲା। ତେବେ ଠିକାସଂସ୍ଥା ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପାଦନ କରିଥିଲେ ମଧ୍ୟ ଲୋକଙ୍କ ଅଭିଯୋଗ ସତ୍ତ୍ୱେ ମଧ୍ୟ ନିମ୍ନମାନର କାର୍ଯ୍ୟ କରିଥିବା ନେଇ କାର୍ଯ୍ୟ କରିବା ସମୟରେ ସ୍ଥାନୀୟ ଲୋକମାନେ ଅଭିଯୋଗ କରିଥିଲେ। ତେବେ ଠିକାସଂସ୍ଥା ଓ ବିଭାଗୀୟ ଅଧିକାରୀଙ୍କ ଭିତିରିଆ ସଲାସୁତରା ଥିବାରୁ ଅଧିକାରୀମାନେ ଗୁରୁତ୍ୱ ଦେଇ ନ ଥିଲେ। ଯାହା ଫଳରେ କାର୍ଯ୍ୟର ୨ ମାସ ନ ପୂରୁଣୁ ରାସ୍ତା ଅନେକ ସ୍ଥାନରେ ଦବି ଯାଇଥିବା ଦେଖିବାକୁ ମିଳିଛି। ଏନେଇ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ରାଜେନ୍ଦ୍ର ମାଝିଙ୍କ ପ୍ରତିକ୍ରିୟା ନେବାରୁ ଠିକାସଂସ୍ଥାକୁ କହି ମରାମତି କରାଯିବ ବୋଲି ହାଲ୍‌କା ଭାବରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri