ଘରପିଣ୍ଡାରୁ ଓହ୍ଲାଇଲେ ରାସ୍ତା କାଦୁଅ

ଡେରାବିଶ,୧ା୭(ବେବର୍ତ୍ତା ଅଜୟ ଦାସ): ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ ଗ୍ରାମକୁ ରାସ୍ତା ନାହିଁ। ମୁନ୍ଦାଏ ବର୍ଷା ହେଲେ ସାହି ଭିତର ରାସ୍ତାଟି ପାଣି କାଦୁଅରେ ଭର୍ତ୍ତି ହୋଇଯାଉଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଏଣ୍ଡର ପଞ୍ଚାୟତ ଏଣ୍ଡର (ମହାନ୍ତି ସାହି) ୧୩ ନଂ. ୱାର୍ଡ଼ରେ। ଏହି ୱାର୍ଡ଼ରେ ଥିବା ୧୫ରୁ ଊର୍ଦ୍ଧ୍ୱ ପରିବାର ଦୀର୍ଘବର୍ଷ ହେଲା ଏହି ସମସ୍ୟା ଘେରରେ ରହିଛନ୍ତି। ଗାଁକୁ ରାସ୍ତାଟିଏ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ସରପଞ୍ଚଙ୍କଠାରୁ ଜିଲାପାଳଙ୍କ ଯାଏ କେତେ ଯେ ଗୁହାରି କଲେଣି ସେ ଦିଗରେ ପ୍ରଶାସନିକ ପଦକ୍ଷେପ କିନ୍ତୁ ଶୂନ। ପିଣ୍ଡାରୁ ଓହ୍ଲାଇଲେ କାଦୁଅରେ ଗୋଡ଼ ପଡ଼େ। ଗାଁରୁ ବାହାରକୁ ଯିବାକୁ ହେଲେ କାଦୁଅ ମଧ୍ୟରେ ଚାଲି ଚାଲି ୫୦୦ ଫୁଟ ଯାଏ ଗଲେ ରାସ୍ତାଟି ସଂଯୋଗ କରିଥିବା ଗାଁ ୮ ନଂ. କେନାଲ ବନ୍ଧ ରାସ୍ତା ଦେଇ ବାହାରକୁ ଯିବାକୁ ପଡ଼େ। ଏଥିସହ ଯଦି ଦି’ ଅସରା ବର୍ଷା ହୋଇଗଲା ଗ୍ରାମ ମଧ୍ୟରେ ଥିବା ପରିବାର ସଦସ୍ୟମାନେ କେବଳ ଘର ଭିତରେ ଅଟକି ରୁହନ୍ତି ବୋଲି ପୂର୍ବତନ ସରପଞ୍ଚ ରଜନୀକାନ୍ତ ମହାନ୍ତି କହିଛନ୍ତି। ଗାଁର ପ୍ରାଥମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ ଏହି ରାସ୍ତାଟି ବାଧକ ସାଜିଛି। ଏ ସମ୍ପର୍କରେ ଜିଲାପାଳଙ୍କ ଜନଶୁଣାଣି ଶିବିରଠାରୁ ଆରମ୍ଭ କରି ପଞ୍ଚାୟତରେ ଅନୁଷ୍ଠିତ ହେଉଥିବା ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ମଧ୍ୟ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ରାସ୍ତା ନିର୍ମାଣ ପାଇଁ ପ୍ରଶାସନିକ ଅଧିକାରୀଙ୍କ ପ୍ରତିଶ୍ରୁତି କେବଳ ପାଣିରେ ଗାର ସଦୃଶ ହୋଇଛି। କେବଳ ସେତିକି ନୁହେଁ, ଗାଁରେ କୌଣସି ପୁଅ କିମ୍ବା ଝିଅର ବିବାହ ଉତ୍ସବ ବେଳେ ଯଦି ଦୁଇ ଅସରା ବର୍ଷା ହୋଇଗଲା ତେବେ ଗାଁକୁ ଆସୁଥିବା ବର, ଗାଁରୁ ବାହାରୁଥିବା ବରକନ୍ୟାଙ୍କ ପାଇଁ ଏହି ରାସ୍ତାଟି ଏକ ବିରାଟ ପ୍ରତିବନ୍ଧକ ସାଜିଥାଏ। ଏ ସମ୍ପର୍କରେ ବିଡିଓ ଦାଶରଥି ଜେନାଙ୍କୁ ପଚାରିବାରେ ଏଭଳି ସମସ୍ୟା ଉପରେ ତାଙ୍କ ନିକଟରେ କୌଣସି ଖବର ନ ଥିଲା। ତେବେ ଖୁବ୍‌ଶୀଘ୍ର ସେ ଗ୍ରାମକୁ ଯାଇ ଅନୁଧ୍ୟାନ କରିବା ପରେ ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri